ଶାଶୁଙ୍କୁ ଛୁରି ଭୁସି ହତ୍ୟା ପରେ ବିଷ ପିଇଦେଲେ ଜ୍ୱାଇଁ

ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ ବିଷ ପିଇଦେଇଛନ୍ତି। ବାସେଳିସାହି ଥାନା ଅନ୍ତର୍ଗତ ବଳିଆପଣ୍ଡା ବନମାଳୀ ନଗରରେ ଏହି ଅଭାବନୀୟ ଘଟଣା ଘଟିଛି। ପୋଲିସ ଶାଶୁ ତିଳୋତ୍ତମା କର (୫୦)ଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା (ନଂ. ୬୫/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ପାରିପାରିକ କଳହକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅନ୍ୟପକ୍ଷରେ ପାରିବାରିକ କଳହର ପରିଣତି କେତେ ଭୟଙ୍କର ହୋଇପାରେ ଓ କ୍ରୋଧରେ କିପରି ମଣିଷ ହିତାହିତ ଜ୍ଞାନ ହରାଏ ତାହା ଏହି ଘଟଣାରୁ ସହଜେ ଅନୁମେୟ।

ସୂଚନା ଅନୁଯାୟୀ, ତିଳୋତ୍ତମାଙ୍କ ଝିଅ ଓ ଜ୍ୱାଇଁଙ୍କ ମଧ୍ୟରେ କନ୍ଦଳ ରହିଥିଲା। ଫଳରେ ଝିଅ ଆସି ତିଳୋତ୍ତମାଙ୍କ ପାଖରେ ଅର୍ଥାତ ବାପଘରେ ରହୁଥିଲେ। ବୁଧବାର ଜ୍ୱାଇଁ ଶକ୍ତିଧର ଦାଶ ଆସି ତାଙ୍କ ସ୍ତ୍ରୀଙ୍କୁ ସାଙ୍ଗରେ ନେବା ପାଇଁ ଜିଦ୍‌ ଧରିଥିଲେ। ମାତ୍ର ତିଳୋତ୍ତମା ତାଙ୍କ ଝିଅକୁ ଛାଡ଼ିିବେନି ବୋଲି କହିଥିଲେ। ଏହାକୁ ନେଇ ଶାଶୁ ଓ ଜ୍ୱାଇଁଙ୍କ ମଧ୍ୟରେ ବଚସା ବଢ଼ି ବିବାଦ ଉଗ୍ର ରୂପ ନେଇଥିଲା। ଏଥିରେ ଶକ୍ତିଧର କ୍ରୋଧିତ ହୋଇ ତିଳୋତ୍ତମାଙ୍କ ପେଟରେ ଛୁରି ଭୁସିିଦେଇଥିଲେ। ଫଳରେ ତିଳୋତ୍ତମା ରକ୍ତାକ୍ତ ଅବସ୍ଥାରେ ଚେତାଶୂନ୍ୟ ହୋଇ ସେଠାରେ ଟଳିପଡ଼ିଥିଲେ। ଏହି ଖବର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ତାଙ୍କୁ ତୁରନ୍ତ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷରେ ଶାଶୁଙ୍କୁ ହତ୍ୟା କରିବା ପରେ ଶକ୍ତିଧର କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଖବର ପାଇ ବାସେଳିସାହି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ଏ ନେଇ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା କହିଛନ୍ତି, ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୂର୍ବରୁ ଏହି ଦମ୍ପତିଙ୍କ ମଧ୍ୟରେ ବିବାଦ ରହିଥିଲା, ଯାହା ବୁଧବାର ଉଗ୍ରରୂପ ଧାରଣ କରିଥିଲା। ଜ୍ୱାଇଁ ଶକ୍ତିଧର ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଥିଲେ। ପରେ ସେ ବିଷ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ତେବେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ସୁସ୍ଥ ହେବା ପରେ ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri