ଆଇପିଏଲ୍‌ରେ ପୁଅ କରୁଛନ୍ତି ଚମତ୍କାର, ସେପଟେ ରାସ୍ତାକଡ଼ରେ ଫଳ ବିକୁଛନ୍ତି ବାପା

ମୁମ୍ବାଇ,୨୯।୪:ଆଇପିଏଲ୍‌ ୨୦୨୨ରେ ଭାରତୀୟ ଯୁବ ଦ୍ରୁତ ବୋଲର ଉମ୍‌ରାନ ମଲିକଙ୍କ ଚର୍ଚ୍ଚା ସବୁଠି ଚାଲିଛି। ଉମ୍‌ରାନଙ୍କ ବୋଲିଂ ଗତି ଦେଖି କେବଳ କ୍ରିକେଟ୍‌ ପ୍ରଶଂସକ ନୁହେଁ,କ୍ରିକେଟ୍‌ ବିଶେଷଜ୍ଞ ମଧ୍ୟ ଆଶ୍ଚର୍ଯ୍ୟ ହୋଇଛନ୍ତି। କଶ୍ମୀରର ଏହି ଯୁବ ବୋଲର ଭାରତର ଭବିଷ୍ୟତ ବୋଲି କୁହାଯାଉଛି। ନିକଟରେ ସେ ଗୁଜରାଟ ଟଇଟାନ୍ସ ବିପକ୍ଷରେ ୫ଟି ଉଇକେଟ୍‌ ନେଇଛନ୍ତି।
କଶ୍ମୀରର ଦ୍ରୁତ ବୋଲର ଉମ୍‌ରାନ ଚଳିତବର୍ଷ ଆଇପିଏଲ୍‌ର ସବୁଠାରୁ ବିପଜ୍ଜନକ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଜଣେ। ୧୫୦ କିମିରୁ ଅଧିକ ବେଗରେ ଉମରନ କ୍ରମାଗତ ଭାବରେ ବୋଲିଂ କରିବାର କଳା ରଖିଛନ୍ତି। ଆଇପିଏଲ ୨୦୨୨ରେ ୮ଟି ମ୍ୟାଚରେ ସେ ୧୫ ଉଇକେଟ ନେଇଛନ୍ତି। ପର୍ପଲ କ୍ୟାପ ତାଲିକାରେ ୟୁଜଭେନ୍ଦ୍ର ଚହଲଙ୍କ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।
ଉମରାନଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଥିବାବେଳେ ଏବେ ବି ତାଙ୍କ ପିତା ଅବଦୁଲ ରସିଦ ରାସ୍ତା କଡରେ ଫଳ ବିକୁଛନ୍ତି। ନିକଟରେ ଅବଦୁଲ କହିଥିଲେ, ତାଙ୍କ ପୁଅର ଚମତ୍କାର ପ୍ରଦର୍ଶନ ଦେଖିବା ପରେ ବଜାରର ଲୋକମାନେ ତାଙ୍କୁ ଅଧିକ ସମ୍ମାନ ଦେବା ଆରମ୍ଭ କରି ଦେଇଛନ୍ତି। ପୁଅ ଭାରତ ପାଇଁ ବିଶ୍ୱକପ ଖେଳୁ ଏତିକି ଚାହୁଁଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri