‘ପୁଅ କହିଲେ, ଝିଅ ଦେଲେ’

ଭୁବନେଶ୍ୱର, ୨୭।୯ (ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ ଦିଆଯାଇଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ନବଜାତ ଶିଶୁର ବାପା ତଥା କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ। ମଙ୍ଗଳବାର ସେ ଏ ସଂକ୍ରାନ୍ତରେ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଜଣାଇବା ସହ ଶିଶୁର ଡିଏନ୍‌ଏ ଟେଷ୍ଟ ଦାବି କରିଛନ୍ତି। ଏପରିକି ଡିଏନ୍‌ଏ ଟେଷ୍ଟ ରିପୋର୍ଟ ନ ଆସିବା ପର୍ଯ୍ୟନ୍ତ ନବଜାତ ଶିଶୁକୁ ନେବେ ନାହିଁ ବୋଲି ପ୍ରାଣକୃଷ୍ଣ କହିଛନ୍ତି। ଏଥିସହ ସେ କ୍ୟାପିଟାଲ ଥାନାରେ ମଧ୍ୟ ଏନେଇ ଏତଲା ଦେଇଛନ୍ତି। ତେବେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବା ସହ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି। ଅନ୍ୟପକ୍ଷରେ ପୋଲିସ ମଧ୍ୟ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।
ପ୍ରାଣକୃଷ୍ଣଙ୍କ ଅଭିଯୋଗ ଅନୁସାରେ, ଗର୍ଭଯନ୍ତ୍ରଣା ବଢ଼ିବାରୁ ସ୍ତ୍ରୀଙ୍କୁ ସୋମବାର ଅପରାହ୍ନ ପ୍ରାୟ ୪ଟା ୩୦ରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ରାତି ପ୍ରାୟ ୧୦ଟାରେ ତାଙ୍କର ପୁଅ ହୋଇଥିବା ନେଇ ମେଡିକାଲ କର୍ମଚାରୀ କହିଥିଲେ। ପରେ ଜଣେ ନର୍ସ ଶିଶୁଟିକୁ ତାଙ୍କ ଶାଶୁଙ୍କୁ ଦେଇଥିଲେ। ତେବେ ଫଟୋ ଉଠାଇଲା ବେଳେ ଶିଶୁଟି ପୁଅ ନୁହେଁ ଝିଅ ବୋଲି ସେ ଜାଣିବାକୁ ପାଇଥିଲେ। ଏନେଇ ତୁରନ୍ତ ସେ ନର୍ସଙ୍କୁ ଏହି ବିଷୟରେ ପ୍ରଶ୍ନ କରିଥିଲେ। ପ୍ରଥମେ ପୁଅ ହୋଇଥିବା କହିଥିଲ, ଏବେ କିନ୍ତୁ ଝିଅ କ’ଣ ଦେଇଛନ୍ତି ବୋଲି କହି ପଚାରିଥିଲେ। ହେଲେ ଉକ୍ତ ନର୍ସ କିଛି ନ କହି ପଳାଇ ଯାଇଥିଲେ। କିଛି ସମୟ ପରେ ଡାକ୍ତର ଆସି ତାଙ୍କର ଝିଅ ହୋଇଥିବା ଜଣାଇଥିଲେ। ଅନ୍ୟ ଜଣଙ୍କର ପୁଅ ହୋଇଥିବାବେଳେ ନର୍ସ ଭୁଲରେ ତାଙ୍କର ପୁଅ ହୋଇଥିବା କହିଦେଇଥିଲେ ବୋଲି ଡାକ୍ତର ତାଙ୍କୁ କହିଥିଲେ ବୋଲି ପ୍ରାଣକୃଷ୍ଣ କହିଛନ୍ତି। ଏ ସଂକ୍ରାନ୍ତରେ କ୍ୟାପିଟାଲ ଥାନାଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି, ପ୍ରାଣକୃଷ୍ଣଙ୍କ ଏତଲାକୁ ଆଧାର କରି ଆମ ପକ୍ଷରୁ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି। ପୋଲିସ୍‌ ଟିମ୍‌ ମେଡିକାଲ କର୍ମଚାରୀଙ୍କ ସମେତ ଅନ୍ୟ କେତେଜଣଙ୍କୁ ପଚରାଉଚରା କରିଛି। ଏଥିସହ ପ୍ରମାଣପତ୍ର ମଧ୍ୟ ଯାଞ୍ଚ କରାଯାଇଛି। ଯାଞ୍ଚ ଓ ପଚରାଉଚରାରୁ ପ୍ରାଣକୃଷ୍ଣଙ୍କ ଝିଅ ହୋଇଥିବା ଜଣାପଡ଼ିଥିବା ସେ କହିଛନ୍ତି। ସେପଟେ ଏ ସମ୍ପର୍କରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି, ଅଭିଯୋଗକୁ ଗୁରୁତ୍ୱର ସହ ଗ୍ରହଣ କରାଯାଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ୍‌, ସ୍ତ୍ରୀ ଓ ପ୍ରସୂତିକାଳୀନ ବିଭାଗ ମୁଖ୍ୟଙ୍କୁ ନେଇ ଏକ ୩ଜଣିଆ ଟିମ୍‌ ଗଠନ କରାଯାଇ ତଦନ୍ତ ଆରମ୍ଭ କରାଯାଇଛି। ଆବଶ୍ୟକ ପଡ଼ିଲେ ଶିଶୁର ଡିଏନ୍‌ଏ ଟେଷ୍ଟ ମଧ୍ୟ କରାଯିବ ବୋଲି ନିର୍ଦ୍ଦେଶକ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri