ଗାଡ଼ି ପାଇଁ ମା’ଙ୍କୁ ଛୁରୀ ଭୁଶି ହତ୍ୟା କଲା ପୁଅ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ୍‌,୨୭ା୭-ଲୁନା ଗାଡ଼ି ପାଇଁ ପୁଅ ଛୁରୀ ଭୁଶି ମା’ଙ୍କୁ ହତ୍ୟା କରିଛି। କନ୍ଧମାଳ ଜିଲା ସଦର ଥାନା ଅନ୍ତର୍ଗତ ମାଝିପଦର ଗ୍ରାମରେ ରବିବାର ରାତିରେ ଏପରି ଅଭାବନୀୟ ଘଟଣା ଘଟିଛି। ଛୁରାମାଡ଼ରେ ଭଉଣୀ, ଭଣଜା ଓ ପୁତୁରା ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ହତ୍ୟା ଅଭିଯୁକ୍ତ ପୁଅ ଭାଗୀରଥି ବେହେରାଙ୍କୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି।
ଘଟଣାରୁ ପ୍ରକାଶ, ରବିବାର ସନ୍ଧ୍ୟାରେ ଭାଗୀରଥୀଙ୍କ ଲୁନା ନେଇ ପୁତୁରା ସାନ୍ତନୁ ବେହେରା କେଉଁଆଡ଼େ ଯାଇଥିବା ବେଳେ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି କିଛି ଅଂଶ ଭାଙ୍ଗି ଥିବାରୁ ମରାମତି ପାଇଁ ଭାଗିରଥୀଙ୍କୁ ସାନ୍ତନୁ ୨ ହଜାର ଟଙ୍କା ଦେଇଥିଲେ। ଭାଗୀରଥି ତାହା ନେବାକୁ ମନା କରି ତାଙ୍କର ନୂଆ ଗାଡ଼ି ଦରକାର ବୋଲି କହିଥିଲେ। ତାଙ୍କୁ ମା’ ଊର୍ମିଳା ଓ ଘରକୁ ଆସିଥିବା ଭଉଣୀ ବୃନ୍ଦାବତୀ ଦେଉରୀ ବୁଝାଇବା ପାଇଁ ଚେଷ୍ଟା କରିଥିଲେ। ଏଥିରେ ଆହୁରୀ ଉତ୍ତ୍ୟକ୍ତ ହୋଇ ଭାଗୀରଥି ଛୁରି ଧରି ଊର୍ମିଳା, ବୃନ୍ଦାବତୀ, ସାନ୍ତନୁଙ୍କ ସମେତ ଭଣଜା ବବୁଲ ଦେଉରୀଙ୍କୁ ଆକ୍ରମଣ କରିଥିଲେ। ଏପରିକି ସେ ପୁତୁରା ସାନ୍ତନୁ ଓ ଭଣଜା ବବୁଲ ସେଠୀଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ମା’ ଊର୍ମିଳାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ଫୁଲବାଣୀ ଡାକ୍ତରଖାନାକୁ ପଠାଯାଇଛି । ମାଙ୍କୁ ଭାଇ ହତ୍ୟା କରିଥିବା ନେଇ ବୃନ୍ଦାବତୀ ସୋମବାର ସଦର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ନଂ.୬୭/୨୦ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ଊର୍ମିଳାଙ୍କ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ କରାଇଛି। ଅଭିଯୁକ୍ତ ଭାଗୀରଥିଙ୍କୁ ଅଟକ ରଖାଯାଇ ଘଟଣାର ତଦନ୍ତ ଚାଲିଥିବା ଥାନା ଅଧିକାରୀ ଆଦିତ୍ୟ କୁମାର ସେଠୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri