ଗାଡ଼ି ପାଇଁ ମା’ଙ୍କୁ ଛୁରୀ ଭୁଶି ହତ୍ୟା କଲା ପୁଅ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ୍‌,୨୭ା୭-ଲୁନା ଗାଡ଼ି ପାଇଁ ପୁଅ ଛୁରୀ ଭୁଶି ମା’ଙ୍କୁ ହତ୍ୟା କରିଛି। କନ୍ଧମାଳ ଜିଲା ସଦର ଥାନା ଅନ୍ତର୍ଗତ ମାଝିପଦର ଗ୍ରାମରେ ରବିବାର ରାତିରେ ଏପରି ଅଭାବନୀୟ ଘଟଣା ଘଟିଛି। ଛୁରାମାଡ଼ରେ ଭଉଣୀ, ଭଣଜା ଓ ପୁତୁରା ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ହତ୍ୟା ଅଭିଯୁକ୍ତ ପୁଅ ଭାଗୀରଥି ବେହେରାଙ୍କୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି।
ଘଟଣାରୁ ପ୍ରକାଶ, ରବିବାର ସନ୍ଧ୍ୟାରେ ଭାଗୀରଥୀଙ୍କ ଲୁନା ନେଇ ପୁତୁରା ସାନ୍ତନୁ ବେହେରା କେଉଁଆଡ଼େ ଯାଇଥିବା ବେଳେ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି କିଛି ଅଂଶ ଭାଙ୍ଗି ଥିବାରୁ ମରାମତି ପାଇଁ ଭାଗିରଥୀଙ୍କୁ ସାନ୍ତନୁ ୨ ହଜାର ଟଙ୍କା ଦେଇଥିଲେ। ଭାଗୀରଥି ତାହା ନେବାକୁ ମନା କରି ତାଙ୍କର ନୂଆ ଗାଡ଼ି ଦରକାର ବୋଲି କହିଥିଲେ। ତାଙ୍କୁ ମା’ ଊର୍ମିଳା ଓ ଘରକୁ ଆସିଥିବା ଭଉଣୀ ବୃନ୍ଦାବତୀ ଦେଉରୀ ବୁଝାଇବା ପାଇଁ ଚେଷ୍ଟା କରିଥିଲେ। ଏଥିରେ ଆହୁରୀ ଉତ୍ତ୍ୟକ୍ତ ହୋଇ ଭାଗୀରଥି ଛୁରି ଧରି ଊର୍ମିଳା, ବୃନ୍ଦାବତୀ, ସାନ୍ତନୁଙ୍କ ସମେତ ଭଣଜା ବବୁଲ ଦେଉରୀଙ୍କୁ ଆକ୍ରମଣ କରିଥିଲେ। ଏପରିକି ସେ ପୁତୁରା ସାନ୍ତନୁ ଓ ଭଣଜା ବବୁଲ ସେଠୀଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ମା’ ଊର୍ମିଳାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ଫୁଲବାଣୀ ଡାକ୍ତରଖାନାକୁ ପଠାଯାଇଛି । ମାଙ୍କୁ ଭାଇ ହତ୍ୟା କରିଥିବା ନେଇ ବୃନ୍ଦାବତୀ ସୋମବାର ସଦର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ନଂ.୬୭/୨୦ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ଊର୍ମିଳାଙ୍କ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ କରାଇଛି। ଅଭିଯୁକ୍ତ ଭାଗୀରଥିଙ୍କୁ ଅଟକ ରଖାଯାଇ ଘଟଣାର ତଦନ୍ତ ଚାଲିଥିବା ଥାନା ଅଧିକାରୀ ଆଦିତ୍ୟ କୁମାର ସେଠୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri