ବାପାଙ୍କ ଟାଙ୍ଗିଆ ଚୋଟରେ ପୁଅ ଗୁରୁତର ଘଟଣା: ସଫଳ ଅସ୍ତ୍ରୋପଚାର ପରେ ମୁଣ୍ଡରୁ ବାହାରିଲା…

କନ୍ଧମାଳ,୧ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କଟକ ବଡ଼ ମେଡିକାଲର ସ୍ନାୟୁଶଲ୍ୟ ଚିକିତ୍ସା (ନ୍ୟୁରୋସର୍ଜରୀ) ବିଭାଗରେ ଅସ୍ତ୍ରୋପଚାର ପରେ ନୂଆ ଜୀବନ ପାଇଛନ୍ତି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ଅଞ୍ଚଳର ବିବେକ କହଁର। ମୁଣ୍ଡରେ ଧାରୁଆ ଟାଙ୍ଗିଆ ଭିତରକୁ ପଶିଥିବା ବେଳେ ପ୍ରାୟ ୪ ଘଣ୍ଟା ଧରି ଅସ୍ତ୍ରୋପଚାର କରାଯାଇ ଟାଙ୍ଗିଆ ବାହାର କରାଯାଇଛି। ବିଭାଗୀୟ ଡାକ୍ତର ପ୍ରତାପ ଶତପଥୀ ଓ ଦୁଇ ଜଣ ବରିଷ୍ଠ ଡାକ୍ତର ଏହି ଜଟିଳ ଅସ୍ତ୍ରୋପଚାର କରିଛନ୍ତି। ଅସ୍ତ୍ରୋପଚାର ପରେ ବିବେକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ମେଡିକାଲ ପକ୍ଷରୁ ସୂଚନା ଦେଇଛନ୍ତି ଏସ୍‌ସିବି ନ୍ୟୁରୋସର୍ଜରୀ ବିଭାଗ ଡାକ୍ତର ରୋଶନ ମେହେର। ଏହାସହ ଯେତେବେଳେ ବିବେକ ଏସ୍‌ସିବିରେ ପହଞ୍ଚିଥିଲେ ସେହି ସମୟରେ ତାଙ୍କର ଅବସ୍ଥା ଗୁରୁତର ରହିଥିଲା। ମୁଣ୍ଡରୁ ରକ୍ତସ୍ରାବ ସାଙ୍ଗକୁ ବହୁତ ଯନ୍ତ୍ରଣାରେ ଥିଲେ। ଏପିରିକି ଅସ୍ତ୍ରୋପଚାର ସମୟରେ ଜଣେ ଡାକ୍ତର ସେହି ଟାଙ୍ଗିଆକୁ ଧରି ରଖିଥିଲେ। ଅନେକ ସମୟ ଧରି ଚାଲିଥିଲା ଅପରେଶନ।
ବିବେକଙ୍କ ସ୍ତ୍ରୀ ମମତା ଦେଇଥିବା ସୂଚନାନୁଯାୟୀ, ବିବେକଙ୍କ ବାପା ଓ ଦୁଇ ଜଣ ଯୁବକ ଘରେ ନିଶା ପାନ କରିବା ସମୟରେ ବଡ଼ ଧରଣର ବଚସା ହୋଇଥିଲା। ଏହି ସମୟରେ ବିବେକ କହଁର ଝଗଡ଼ା ରୋକିବା ପାଇଁ ପ୍ରୟାସ କରିବା ସମୟରେ ମୁଣ୍ଡକୁ ଟାଙ୍କିଆରେ ଆକ୍ରମଣ କରିଥିଲେ ତାଙ୍କ ନିଶାସକ୍ତ ବାପା। ଘଟଣାସ୍ଥଳରେ ଗୁରୁତର ହୋଇପଡ଼ିଥିଲେ ବିବେକ। ପ୍ରଥମେ ନିକଟସ୍ଥ ଟିକାବାଲି ହସ୍ପିଟାଲ ପରେ ଏମ୍‌କେସିଜି ଓ ଶେଷରେ ଏସ୍‌ସିବି ମେଡିକାଲରେ ଶନିବାର ସକାଳେ ଭର୍ତ୍ତି ହୋଇଥିଲେ ବିବେକ। ବିଳମ୍ବିତ ରାତିରେ ଅସ୍ତ୍ରୋପଚାର ଶେଷ ହେବାପରେ ବିବେକ ବିପଦମୁକ୍ତ ରହିଥିବା କହିଛନ୍ତି ଡାକ୍ତର।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri