ବାପାଙ୍କ ମୃତ୍ୟୁପରେ ଜିଲା ପରିଷଦ ଉପନିର୍ବାଚନରେ ଜିତିଲା ପୁଅ

ବାରିପଦା ଅଫିସ/ ସାରସକଣା,୧୨ା୨: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ. ଜୋନ ଜିଲାପରିଷଦ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ତୁଷାରେନ୍ଦୁ ମହାନ୍ତ ବାଜିମାତ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ବଂଶୀଧର ବେରାଙ୍କଠାରୁ ୧୦ହଜାର ୪୨୮ଖଣ୍ଡ ଭୋଟ ଅଧିକ ପାଇ ବିଜୟୀ ହୋଇଛନ୍ତି। ତୁଷାରେନ୍ଦୁ ମୋଟ ୧୫୩୫୧ ଭୋଟ ପାଇଥିତ୍ବା ବେଳେ ବଂଶୀଧରଙ୍କୁ ୪୯୨୩ ଖଣ୍ଡ ଭୋଟ ମିଳିଛି। ସେହିପରି ସ୍ବାଧୀନ ପ୍ରାର୍ଥୀ ବିଶ୍ୱନାଥ ମହାନ୍ତ ୨୪୩୦, ଜେଏମ୍‌ଏମ୍‌ର ପ୍ରଦୀପ୍ତ କୁମାର ମହାନ୍ତ ୧୧୬୩, କଂଗ୍ରେସର ଚିତ୍ତ ବିକାଶ ମହାପାତ୍ର ୬୧୮ ଭୋଟ ପାଇଥିବା ବେଳେ ୯୨୯ ଭୋଟ ନାକଚ ହୋଇଥିବା ବ୍ଲକ ପ୍ରଶାସନ ସୂଚନା ଦେଇଛି। ପୂର୍ବାହ୍ନରେ ଭୋଟ ବାକ୍ସଗୁଡ଼ିକ ଷ୍ଟ୍ରଙ୍ଗ ରୁମରୁ ଅଣାଯାଇ କୋଭିଡ୍‌ ନିୟମ ଅନୁଯାୟୀ ଗଣତି କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଇଭିଏମ୍‌ ପରିବର୍ତ୍ତେ ବାଲଟ ପେପରରେ ଭୋଟ ଗ୍ରହଣ ହୋଇଥିବାରୁ ଗଣତି ବିଳମ୍ବ ହୋଇଥିଲା। ଗଣତି ଶେଷ ପରେ ବିଜୟୀ ପ୍ରାର୍ଥୀଙ୍କ ସମର୍ଥକମାନେ ଉତ୍ସବ ମନାଇଥିବା ଦେଖିବାକୁ ମିଳିଥିଲା। ଉଲ୍ଲେଖଯୋଗ୍ୟ, ଏହି ଜୋନର ଜିଲା ପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତଙ୍କ ମୃତ୍ୟୁ ପରେ ଗତ ୧୧ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବିଜେଡି ପକ୍ଷରୁ ସ୍ବର୍ଗତ ମହାନ୍ତଙ୍କ ପୁତ୍ର ତୁଷାରେନ୍ଦୁଙ୍କୁ ପ୍ରାର୍ଥୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri