ନବୀନଙ୍କ ପାଇଁ ହ୍ୟୁମାନ ଗାଇଥିବା ଗୀତ ଏବେ ବି ଜୀବନ୍ତ, ମୃତ୍ୟୁ ଖବର ଶୁଣି ଭାଙ୍ଗିଗଲା ନବୀନଙ୍କ ହୃଦୟ…

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଜଣାଶୁଣା ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍ କରି ସେ କହିଛନ୍ତି, ହ୍ୟୁମାନଙ୍କ ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି ଏବଂ ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ଶୋକସନ୍ତପ୍ତ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ହ୍ୟୁମାନ ସାଗର ବିଜେଡି ପାଇଁ ‘ହେ ନବୀନ ବାବୁ…’ ଗୀତ ଗାଇଥିଲେ।

ହ୍ୟୁମାନ ସାଗର କିଛି ଦିନ ହେବ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲେ। ସେ ଲିଭର୍ ଏବଂ କିଡନୀ ଜନିତ ଗୁରୁତର ରୋଗ ସହ ନିମୋନିଆ, ହେପାଟୋପାଥି, ଶ୍ୱାସକ୍ରିୟା ଜନିତ ଅସୁବିଧା ଏବଂ ଅନ୍ୟାନ୍ୟ ସମସ୍ୟାରେ ପୀଡ଼ିତ ଥିଲେ। ସ୍ୱାସ୍ଥ୍ୟ ଗୁରୁତର ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା ଏବଂ ସେ ଭେଣ୍ଟିଲେଟର୍‌ରେ ଥିଲେ। ତାଙ୍କ ଚିକିତ୍ସା ପାଇଁ ପରିବାର ପକ୍ଷରୁ ରାଜ୍ୟ ସରକାରଙ୍କୁ ସହାୟତା ନିବେଦନ କରାଯାଇଥିଲା।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମରେ ଅନେକ ରୋମାଣ୍ଟିକ ଗୀତ ଗାଇ ସେ ବେଶ୍ ପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଗଭୀର ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri