ମା’ ଆଗରେ ଚାଲିଗଲା ପୁଅ ଜୀବନ

ଢେଙ୍କାନାଳ ଅଫିସ, ୧୬।୧୨: ମାମୁ ଘରକୁ ଯାଇ ଫେରୁଥିବାବେଳେ ବାଇକ୍‌କୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌। ମା’ଙ୍କ ଆଖି ଆଗରେ ଛଟପଟ ହୋଇଚାଲିଗଲା ୧୨ ବର୍ଷର ପୁଅ ଜୀବନ। ବୁଧବାର ଏଭଳି ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ୫୫ନଂ. ଜାତୀୟ ରାଜପଥ ଅନ୍ତର୍ଗତ ପଞ୍ଚୁପଟି ବ୍ରିଜ୍‌ ନିକଟରେ। ମୃତକ ହେଲେ ଶୁଭମ୍‌ ଦାସ। ମା’ ସତ୍ୟଭାମା ଦାସ (୪୨) ଏବଂ ସମ୍ପର୍କୀୟ ଭାଇ ରାଜେଶ ଦାସ (୧୯) ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ଘଟାଇଥିବା କୋଇଲା ବୋଝେଇ ଟ୍ରକ୍‌କୁ ପୋଲିସ ଜବତ କରିଥିବା ବେଳେ ଚାଳକ ଫେରାର ଅଛନ୍ତି।
ସତ୍ୟଭାମା, ଶୁଭମ୍‌ଙ୍କୁ ନେଇ ରାଜେଶ ଏକ ବାଇକ୍‌ରେ ବଉଳପୁରସ୍ଥିତ ମାମୁ ଘରୁ ନିଜ ଗ୍ରାମ ଅସନପାଟିଆକୁ ଫେରୁଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ପଞ୍ଚୁପଟି ବ୍ରିଜ୍‌ ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଶୁଭମ୍‌ଙ୍କ ମୃତ୍ୟୁ ଘଟିଥିଲା। ସଦର ଥାନାଧିକାରୀ ଅଭିନବ ଡାଳୁଆ ସଦଳବଳ ପହଞ୍ଚତ୍ ସତ୍ୟଭାମା ଏବଂ ରାଜେଶଙ୍କୁ ଜିଲା ଚିକିତ୍ସାଳୟକୁ ପଠାଇଥିଲେ। ରାଜେଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଜାତୀୟ ରାଜପଥରେ ସାମୟିକ ଭାବେ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା। ଏ ସଂକ୍ରାନ୍ତରେ ନଂ. ୬୪୩/୨୧ରେ ଏକ ମାମଲା ରୁଜୁ କରାଯାଇଛି ା ଶୁଭମ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ତାଙ୍କ ମୃତ୍ୟୁ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri