ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ ସଂଗ୍ରାମ ପାଇଁ ବୀର ଧ୍ୱନି ବଜାଇଛି। ଏଥିପାଇଁ ଶୁକ୍ରବାର ଖୋର୍ଦ୍ଧାର ବରୁଣେଇ ପାଦଦେଶ ଓ ରାଜଧାନୀ ଭୁବନେଶ୍ୱରଠାରେ ପାଇକ ମେଳି ହୋଇଥିଲା। ଖୋର୍ଦ୍ଧା, ଗଞ୍ଜାମ, ପୁରୀ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ ଆଦି ଅଞ୍ଚଳରୁ ୩ହଜାରରୁ ଊର୍ଦ୍ଧ୍ୱ ପାଇକ ଆଖଡ଼ା ଦଳ, ଦଳେଇ, ଦଳବେହେରା, ପାଇକ ସର୍ଦ୍ଦାର, ଐତିହାସିକ ଓ ସାମରିକ ପରମ୍ପରାର ଗବେଷକ ସାମିଲ ହୋଇଥିଲେ। ମା’ ବରୁଣେଇଙ୍କୁ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଖୋର୍ଦ୍ଧାଗଡ଼ରୁ ବୀର ମାଟି ସଂଗ୍ରହ କରି ପଞ୍ଚପାଇକ ମହାରଥୀଙ୍କୁ ପୁଷ୍ପମାଲ୍ୟ ପ୍ରଦାନ କରିବା ପରେ ସେମାନେ ଖୋର୍ଦ୍ଧା ସହର ପରିକ୍ରମା କରିଥିଲେ। ପରେ ମଶାଲ ଯାତ୍ରା ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ପାଇକ ବୀରଙ୍କ ବୀରତ୍ୱର ଗାଥା ଉଜ୍ଜୀବିତ କରି ରଖିଥିବା ପାଇକ ଆଖଡ଼ା ଦେଖିବାକୁ ମିଳିଥିଲା। ହାତରେ ଢାଲ, ଖଣ୍ଡା, ତଲଓ୍ବାର, ସାଜ, ବାଡି ଧରି ବୀର ବାଦ୍ୟର ତାଳେ ତାଳେ ସମରକଳା ପ୍ରଦର୍ଶନ କରିଥିଲେ। ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ଆସିଥିବା ପାଇକବାହିନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ଯୁଦ୍ଧ ବାଦ୍ୟ ତାଳେ ତାଳେ ପାଇକ ଆଖଡ଼ା ପ୍ରଦର୍ଶନ କରି ବିରାଟ ଶୋଭାଯାତ୍ରାରେ ରାମ ମନ୍ଦିର ଛକଦେଇ ଏକାମ୍ର ହାଟ ପର୍ଯ୍ୟନ୍ତ ଯାଇଥିଲେ। ସେଠାରେ ମହାସଂଘ ସଭାପତି ଡ. ପ୍ରକାଶ ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିବାଦସଭା ଅନୁଷ୍ଠିତ ହୋଇଥିଲା। ମହାସଂଘ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ଡ. ଦିଲ୍ଲୀପ ଶ୍ରୀଚନ୍ଦନ କହିଲେ, ଆମର ନ୍ୟାଯ୍ୟଦାବି ପୂରଣ ପାଇଁ ଆଜି ଆଉଏକ ପାଇକ ସଂଗ୍ରାମର ବିଗୁଲ୍‌ ବାଜିଲା। ଯଦି ପାଇକ ବିଦ୍ରୋହକୁ କେନ୍ଦ୍ର ସରକାର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ ନ ଦିଅନ୍ତି, ଏହାପରେ ଦିଲ୍ଲୀ ଯାଇ ପାଇକ ବାହିନୀ ବିପ୍ଳବ କରିବ। ଏଥିସହିତ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ସଂସ୍କୃତିମନ୍ତ୍ରୀ ପ୍ରମୁଖଙ୍କୁ ଦାବିପତ୍ର ପ୍ରଦାନ କରିବେ। ଯେପର୍ଯ୍ୟନ୍ତ ଦାବି ହାସଲ ନ ହୋଇଛି, ସେପର୍ଯ୍ୟନ୍ତ ସଂଗ୍ରାମ ଚାଲୁ ରହିବ ବୋଲି ଡ. ଶ୍ରୀଚନ୍ଦନ କହିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଖୋର୍ଦ୍ଧାର ବରୁଣେଇଠାରେ ଶିଳାନ୍ୟାସ କରିଥିବା ସ୍ଥାନରେ ପାଇକ ସ୍ମୃତିସ୍ତମ୍ଭ ନିର୍ମାଣ ପାଇଁ ଯଥାଶୀଘ୍ର ଜାଗା ଯୋଗାଇ ନ ଦେଲେ ବିପ୍ଳବର ବହ୍ନି ଅନୁରୂପ ଭାବେ ଚାଲୁ ରହିବ ବୋଲି ସେ ଚେତାବନୀ ଦେଇଛନ୍ତି। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଚିଲିକା ପୂର୍ବତନ ବିଧାୟକ ଡ. ଦେବେନ୍ଦ୍ର ମାନସିଂ, କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ନରେନ୍ଦ୍ର ପୃଷ୍ଟି, ସାମାଜିକକର୍ମୀ ଗଣେଶ ସାମନ୍ତରାୟ, ଐତିହାସିକ ତଥା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ଡ. ନାରାୟଣ ରାଓ, ଗବେଷକ ଡ. ଗୋପାଳ କୃଷ୍ଣ ଦାସ, ଆଇନଜୀବୀ ଶିଶିର ପରିଡା, ଡ.ବୃନ୍ଦାବନ ପଣ୍ଡା, ଇତିଶ୍ରୀ ସାହୁ ପ୍ରମୁଖ ଯୋଗଦେଇ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିପ୍ଳବ ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri