Posted inଖେଳ

ପାକିସ୍ତାନରେ ପହଞ୍ଚିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ

ଇସ୍‌ଲାମାବାଦ, ୧୭ା୧ (ଏପି)- ପାଖାପାଖି ଦୀର୍ଘ ୧୪ ବର୍ଷ ବ୍ୟବଧାନରେ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଟେଷ୍ଟ ମ୍ୟାଚ ଖେଳିବା ଲାଗି ପାକିସ୍ତାନରେ ପହଞ୍ଚିଛି। ଖେଳାଳିମାନେ ବିମାନ ଯୋଗେ ଦକ୍ଷିଣାଞ୍ଚଳ ବନ୍ଦର ସହର କରାଚୀରେ ଓହ୍ଲାଇଛନ୍ତି। ଦକ୍ଷିଣ ଆଫ୍ରିକା ଦଳ ଶେଷଥର ପାଇଁ ୨୦୦୭ରେ ପାକିସ୍ତାନ ଟୁର୍‌ରେ ଯାଇଥିଲା। ସେତେବେଳେ ଦଳ ୨ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜ ୧-୦ରେ ଜିତିଥିଲା। ଏହାପରେ ପାକିସ୍ତାନ ଦୁଇଥର ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟେଷ୍ଟ ସିରିଜ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ୨୦୧୦ ଓ ୨୦୧୩ରେ ଆୟୋଜନ କରିଥିଲା। ୨୦୦୯ରେ ଲାହୋରଠାରେ ଶ୍ରୀଲଙ୍କା ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ୟୁଏଇକୁ ଏହାର ହୋମ୍‌ ଭେନ୍ୟୁ ଭାବେ ବ୍ୟବହାର କରିଆସୁଛି। ବର୍ତ୍ତମାନ ଟୁର୍‌ରେ ଦୁଇଟି ଟେଷ୍ଟ ମ୍ୟାଚ କରାଚୀ (ଜାନୁୟାରୀ ୨୬ରୁ ୩୦) ଏବଂ ରାଓ୍ବଲପିଣ୍ଡି (ଫେବୃୟାରୀ ୪ରୁ୮)ରେ ଖେଳାଯିବ। ପରେ ଲାହୋରରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଫେବୃୟାରୀ ୧୧ରୁ ଖେଳାଯିବ।
ଦକ୍ଷିଣ ଆଫ୍ରିକା ଦଳ: କ୍ୱିଣ୍ଟନ ଡି’କକ୍‌ (ଅଧିନାୟକ), ଏଡେନ ମାରକ୍ରାମ, ଡିନ୍‌ ଏଲ୍‌ଗାର, ଫାଫ୍‌ ଡୁ’ପ୍ଲେସି, ଟେମ୍ବା ବାଭୁମା, କାଗିସୋ ରାବାଡା, ଡ୍ବେନ ପ୍ରିଟୋରିଅସ୍‌, କେଶବ ମହାରାଜ, ଲୁଙ୍ଗି ଏନ୍‌ଗିଡି, ରସି ଭାନ୍‌ଡର ଡୁସେନ, ଏନ୍‌ଣଇଛ୍‌ ନୋର୍ଜେ, ଓ୍ବିଆନ ମଲ୍ଡର, ଲୁଥୋ ସିପାମ୍ଲା, ବେଉରାନ ହେଣ୍ଡ୍ରିକ୍ସ, କାଇଲ୍‌ ଭେରିନି, ସାରେଲ ଏରଓ୍ବି, କିଗାନ ପିଟରସନ, ଟାବ୍ରେଜ୍‌ ଶାମ୍‌ସି, ଜର୍ଜ ଲିଣ୍ଡେ, ଡେରିନ୍‌ ଡୁପାଭିଲନ, ମାର୍କୋ ଜାନ୍‌ସେନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri