ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଓଡ଼ିଶା ଓ ଦକ୍ଷିଣ କୋରିଆ ମଧ୍ୟରେ ଚିହ୍ନଟ କେତେକ ସେକ୍ଟର ଉପରେ ଅନେକ ସମ୍ଭାବନା ରହିଛି ା ଓଡ଼ିଶା ତା’ର ଭିଜନ-୨୦୩୦କୁ ନେଇ ପ୍ରସ୍ତୁତ ରଣନୀତି କାର୍ଯ୍ୟକାରୀ କରୁଛି। ଓଡ଼ିଶାରେ ନିର୍ମିତ ୫୦ ପ୍ରତିଶତ ପ୍ରାଥମିକ ମେଟାଲ ଉତ୍ପାଦର ମୂଲ୍ୟଯୁକ୍ତ ରାଜ୍ୟରେ କରିବାକୁ ପ୍ରାବଧାନ ରଖାଯାଇଛି ା ଅନ୍ୟତମ ଅତିଥି ଭାବେ ଯୋଗଦେଇ ଭାରତରେ ଅବସ୍ଥାପିତ ଦକ୍ଷିଣ କୋରିଆର ରାଷ୍ଟ୍ରଦୂତ ସିନ୍‌ ବୋଙ୍ଗକିଲ୍‌ କହିଛନ୍ତି, ଗତବର୍ଷେ ମଧ୍ୟରେ ଦକ୍ଷିଣ କୋରିଆର ୬୬ଟି ନୂତନ କମ୍ପାନୀ ଭାରତରେ କାରବାର ଆରମ୍ଭ କରିଛନ୍ତି। ଏହି କମ୍ପାନୀଗୁଡ଼ିକ ୨୦୨୦ରେ ୧୭ ମିଲିୟନ୍‌ ୟୁଏସ୍‌ ଡଲାର ପୁଞ୍ଜି ବିନିଯୋଗ କରିଛି। କୋରିଆର ବୃହତ୍‌ ଷ୍ଟିଲ ଉତ୍ପାଦନକାରୀ ସଂସ୍ଥା ‘ପୋସ୍କୋ’ ଭାରତ ଇତିହାସରେ ପ୍ରଥମ ଏକକ ବିଦେଶୀ ପୁଞ୍ଜି ବିନିଯୋଗକାରୀ କମ୍ପାନୀ ଭାବେ ରେକର୍ଡ ପରିମାଣର ପ୍ରାୟ ୧୨ ବିଲିୟନ୍‌ ୟୁଏସ୍‌ ଡଲାର ବିନିଯୋଗ କରି ଓଡ଼ିଶାରେ ସମନ୍ବିତ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବାକୁ ଯାଉଛି ା ଅକ୍ଷୟ ଶକ୍ତି, ଜଳ ବିଶୋଧନ ଏବଂ ସ୍ମାର୍ଟ ସିଟି ପ୍ରକଳ୍ପ କ୍ଷେତ୍ରରେ କାମ କରିବାକୁ କୋରିଆନ୍‌ କମ୍ପାନୀଗୁଡ଼ିକ ଉତ୍ସାହିତ ଥିବା କୋଟ୍ରାର ନିର୍ଦ୍ଦେଶକ ୟଙ୍ଗ ସେଓନ୍‌ ପାର୍କ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri