ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁଣ୍ଡିଚା ମନ୍ଦିର ମୁଖ୍ୟଦ୍ୱାର ସମ୍ମୁଖରେ ଥିବା ତିନିରଥଙ୍କୁ ଦକ୍ଷିଣମୋଡ଼ କରାଯାଇଛି। ପୂର୍ବାହ୍ନ ୧୧.୧୫ରେ ଆଜ୍ଞାମାଳ ବିଜେ ହେବା ପରେ ୧୧.୨୮ରେ ବାଜିଥିଲା ବିଜେ କାହାଳୀ। ଏହା ପରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଦକ୍ଷିଣମୋଡ଼ କରାଯାଇଛି। ଦର୍ପଦଳନ ରଥ ଗୁଣ୍ଡିଚାମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଲାଗିବା ପରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ କରାଯିବ। ଏଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri