ବିବାହ ଦିନ ଏମିତି କାମ କଲେ ସାଉଥ୍‌ ଅଭିନେତ୍ରୀ

ସାଉଥ୍‌ ଅଭିନେତ୍ରୀ ନୟନତାରା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନୟନତାରା -ବିଘ୍ନେଶ ଶିବନ ୭ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଜୁନ୍‌ ୯ ଅର୍ଥାତ୍‌ ଆଜି ବିବାହ କରିଛନ୍ତି। ବର୍ତ୍ତମାନ ଏହି ଦମ୍ପତି ସେମାନଙ୍କ ବିବାହ ଦିନଟିକୁ ସ୍ମରଣୀୟ କରିବାକୁ ଚାହୁଁଛନ୍ତି। ସେ ଏକ ଉତ୍ତମ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦମ୍ପତି ନିଷ୍ପତ୍ତି ନେଇଛନ୍ତି, ସେମାନେ ତାମିଲନାଡୁର ୧୮୦୦୦ ପିଲା ଏବଂ ୧ ଲକ୍ଷ ଗରିବ ଲୋକଙ୍କୁ ଖାଇବାକୁ ଦେବେ। ଏହା ସେମାନଙ୍କ ପାଇଁ ଏକ ବଡ଼ ଦିନ ଏବଂ ସେମାନଙ୍କର ବିବାହ ଦିନ ସେମାନେ ସମସ୍ତଙ୍କର ପ୍ରାର୍ଥନା ଏବଂ ଶୁଭେଚ୍ଛା ଗ୍ରହଣ କରିବାକୁ ଚାହାନ୍ତି। ଆଜି ସକାଳେ ବିବାହ ରୀତିନୀତି ଆରମ୍ଭ ହୋଇଥିଲା।

ନୟନତାରା ସାଉଥ୍‌ ଇଣ୍ଡଷ୍ଟ୍ରିର ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀ। ବିଘ୍ନେଶ ହେଉଛନ୍ତି ଫିଲ୍ମ ନିର୍ମାତା ଏବଂ ଗୀତିକାର। ୨୦୧୫ରେ ଉଭୟ ପରସ୍ପରକୁ ଭଲ ପାଇଥିଲେ। ତାଙ୍କର ଏହି ସାକ୍ଷାତ ‘ନାନମ୍‌ ରାଉଡ୍‌ ଧାନ୍‌’ରେ ହୋଇଥିଲା। ୭ ବର୍ଷ ପରେ ଉଭୟେ ବିବାହ କରିଛନ୍ତି। ଚେନ୍ନାଇର ମହାବଳୀପୁରମ୍‌ରେ ସେମାନଙ୍କର ବିବାହ ହୋଇଛି। ବଲିଉଡ୍‌ର ଅଭିନେତା ଶାହରୁଖ ଖାନ୍‌ ଏବଂ ଦକ୍ଷିଣରୁ ରଜନୀକାନ୍ତଙ୍କ ପରି ଷ୍ଟାର୍‌ମାନେ ସେମାନଙ୍କ ବିବାହ ଉତ୍ସବରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri