୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧ରୁ ଜୁଲାଇ ୧୩ ମଧ୍ୟରେ ରାଜ୍ୟରେ ୨୭୩.୬ ମି.ମି.ବର୍ଷା ହୋଇଥିବାବେଳେ ଏହା ସ୍ବାଭାବିକଠାରୁ ୨୧% କମ୍‌ ରହିଛି। ଏହି ସମୟରେ କୋରାପୁଟରେ ସର୍ବାଧିକ ୩୭୦.୩ ମି.ମି. ବର୍ଷା ହୋଇଥିବାବେଳେ ଭଦ୍ରକରେ ସବୁଠାରୁ କମ୍‌ ୧୩୧.୧ ମି.ମି. ରେକର୍ଡ କରାଯାଇଛି।
୨୦% ରୁ ୫୯% କମ୍‌ ବର୍ଷା ବା ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହୋଇଥିବା ଜିଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା। ଏଥିମଧ୍ୟରୁ ୪ ଜିଲା କେନ୍ଦୁଝର, ଗଞ୍ଜାମ, ଯାଜପୁର ଓ ଭଦ୍ରକରେ ଆସନ୍ତା ୧୫ଦିନ ମଧ୍ୟରେ ଭଲ ବର୍ଷା ନ ହେଲେ ଚାଷ କାର୍ଯ୍ୟ ଗୁରୁତର ପ୍ରଭାବିତ ହେବ ବୋଲି ପାଣିପାଗ ବିଜ୍ଞାନୀ ଏଚ୍‌ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କେନ୍ଦୁଝର, ଭଦ୍ରକ, ଯାଜପୁର ଓ ଗଞ୍ଜାମ ଜିଲାରେ ୪୦%ରୁ ଅଧିକ ପରିମାଣର କମ୍‌ ବର୍ଷା ରେକର୍ଡ କରାଯାଇଛି। ସେହିଭଳି ରାଜ୍ୟର ବାକି ୧୩ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବରଗଡ଼, ନୂଆପଡ଼ା, କୋରାପୁଟ ଓ ମାଲକାନଗିରି।
ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ନୟାଗଡ଼ରେ ସର୍ବାଧିକ ୫୪ ମି.ମି. ବର୍ଷା ହୋଇଥିବାବେଳେ କଟକ ୧୭.୨, ବଲାଙ୍ଗୀର ୧୭, ଦାରିଙ୍ଗବାଡ଼ି ୧୬, କେନ୍ଦୁଝର ୧୫.୫, ପାରାଦୀପ ୧୩.୮, ଅନୁଗୋଳରେ ୧୦.୬ ମି.ମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ଦକ୍ଷିଣ ଓଡ଼ିଶାର ଅଧିକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। କିନ୍ତୁ ୧୭ରୁ ପୁଣି ପ୍ରବଳ ବର୍ଷା ହେବ। ଉକ୍ତଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କଟକରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?