୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧ରୁ ଜୁଲାଇ ୧୩ ମଧ୍ୟରେ ରାଜ୍ୟରେ ୨୭୩.୬ ମି.ମି.ବର୍ଷା ହୋଇଥିବାବେଳେ ଏହା ସ୍ବାଭାବିକଠାରୁ ୨୧% କମ୍‌ ରହିଛି। ଏହି ସମୟରେ କୋରାପୁଟରେ ସର୍ବାଧିକ ୩୭୦.୩ ମି.ମି. ବର୍ଷା ହୋଇଥିବାବେଳେ ଭଦ୍ରକରେ ସବୁଠାରୁ କମ୍‌ ୧୩୧.୧ ମି.ମି. ରେକର୍ଡ କରାଯାଇଛି।
୨୦% ରୁ ୫୯% କମ୍‌ ବର୍ଷା ବା ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହୋଇଥିବା ଜିଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା। ଏଥିମଧ୍ୟରୁ ୪ ଜିଲା କେନ୍ଦୁଝର, ଗଞ୍ଜାମ, ଯାଜପୁର ଓ ଭଦ୍ରକରେ ଆସନ୍ତା ୧୫ଦିନ ମଧ୍ୟରେ ଭଲ ବର୍ଷା ନ ହେଲେ ଚାଷ କାର୍ଯ୍ୟ ଗୁରୁତର ପ୍ରଭାବିତ ହେବ ବୋଲି ପାଣିପାଗ ବିଜ୍ଞାନୀ ଏଚ୍‌ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କେନ୍ଦୁଝର, ଭଦ୍ରକ, ଯାଜପୁର ଓ ଗଞ୍ଜାମ ଜିଲାରେ ୪୦%ରୁ ଅଧିକ ପରିମାଣର କମ୍‌ ବର୍ଷା ରେକର୍ଡ କରାଯାଇଛି। ସେହିଭଳି ରାଜ୍ୟର ବାକି ୧୩ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବରଗଡ଼, ନୂଆପଡ଼ା, କୋରାପୁଟ ଓ ମାଲକାନଗିରି।
ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ନୟାଗଡ଼ରେ ସର୍ବାଧିକ ୫୪ ମି.ମି. ବର୍ଷା ହୋଇଥିବାବେଳେ କଟକ ୧୭.୨, ବଲାଙ୍ଗୀର ୧୭, ଦାରିଙ୍ଗବାଡ଼ି ୧୬, କେନ୍ଦୁଝର ୧୫.୫, ପାରାଦୀପ ୧୩.୮, ଅନୁଗୋଳରେ ୧୦.୬ ମି.ମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ଦକ୍ଷିଣ ଓଡ଼ିଶାର ଅଧିକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। କିନ୍ତୁ ୧୭ରୁ ପୁଣି ପ୍ରବଳ ବର୍ଷା ହେବ। ଉକ୍ତଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କଟକରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri