Posted inଜାତୀୟ

ପ୍ରତିଶୋଧ ରାଜନୀତି କରୁଛି ଏସ୍‌ପିି

ନୂଆଦିଲ୍ଲୀ,୧।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସେଠାରେ ପ୍ରଥମ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିବା ଅବସରରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିକାଶ ରାଜନୀତି ଠାରୁ ବହୁ ଦୂରରେ ଥିବା ସମାଜବାଦୀ ପାର୍ଟି ଭାଜପା ବିରୋଧରେ ପ୍ରତିଶୋଧ ରାଜନୀତିରେ ସମ୍ପୃକ୍ତ। ଦଙ୍ଗା ମନୋଭାବ ଥିବା ଲୋକଙ୍କୁ ଏହି ଦଳ ଟିକେଟ ଦେଇଛି। ୫ ବର୍ଷ ପୂର୍ବେ ସମାଜବାଦୀ ପାର୍ଟି ସରକାରରେ ବାହୁବଳୀ ଏବଂ ଦଙ୍ଗାକାରୀ ଆଇନକୁ ହାତକୁ ନେଇଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଯୋଗୀ ସରକାର ଗତ ୫ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶରେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି। ଏହି ସରକାର ଆଖୁ ଚାଷୀଙ୍କୁ ସର୍ବାଧିକ ଅର୍ଥ ପ୍ରଦାନ କରିଛି। ୟୁପିରେ ଆଗାମୀ ନିର୍ବାଚନ ନକଲି ସମାଜବାଦ ବନାମ ଗରିବଙ୍କ ସରକାର ମଧ୍ୟରେ ହେବ ବୋଲି ମୋଦି କହିଛନ୍ତି।
୫ ବର୍ଷ ପୂର୍ବେ ଉତ୍ତରପ୍ରଦେଶରେ ବାହୁବଳୀ ଓ ଦଙ୍ଗାକାରୀଙ୍କ ଶାସନ ଚାଲିଥିଲା। ସେମାନେ ଯାହା କହୁଥିଲେ, ତାହା ସରକାରୀ ନିର୍ଦ୍ଦେଶନାମା ଥିଲା। ସେତେବେଳେ ବ୍ୟବସାୟୀମାନଙ୍କୁ ଲୁଟ୍‌ କରାଯାଉଥିଲା। ଝିଅବୋହୂ ଘରୁ ବାହାରି ପାରୁ ନ ଥିଲେ ବୋଲି ଶାମଲି, ମୁଜାଫରନଗର, ବାଗପତ୍‌, ସାହାରନପୁର ଏବଂ ଗୌତମବୁଦ୍ଧ ନଗରରେ ଭୋଟରମାନଙ୍କୁ ଭର୍ଚୁଆଲ ରାଲିରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି।
ଯେଉଁମାନେ ଭାରତର ନିଜସ୍ବ କୋଭିଡ୍‌ ଟିକାକୁ ବିଶ୍ୱାସ କରୁ ନ ଥିଲେ ଓ ଗୁଜବ ପ୍ରଚାର କରୁଥିଲେ, ସେମାନେ ଉତ୍ତରପ୍ରଦେଶର ଯୁବବର୍ଗଙ୍କ ଟ୍ୟାଲେଣ୍ଟକୁ ସମ୍ମାନ ଦେଇପାରିବେ କି ବୋଲି ମୋଦି ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri