‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା

ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର କାଠଗଡ଼ା ଅଞ୍ଚଳରେ ପୌରସଂସ୍ଥା ପକ୍ଷରୁ ‘ଜାଗା ସମ୍ପର୍କ’ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବାବେଳେ ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଯୋଗଦେଇଥିଲେ। ସେମାନଙ୍କ ଲାଗି ଭୋଜିଭାତର ଆୟୋଜନ ମଧ୍ୟ ହୋଇଥିଲା। ଏପରିକି କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଇଥିଲା। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ପୌରସଂସ୍ଥାର ଏଭଳି କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି।
ଏ ସଂକ୍ରାନ୍ତରେ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, କୌଣସି ଆଚରଣବିଧି କିମ୍ବା କୋଭିଡ୍‌ ଗାଇଡ୍‌ଲାଇନ୍‌ର ଉଲ୍ଲଂଘନ ହୋଇନାହିଁ। ‘ଜାଗା ସମ୍ପର୍କ’ ଏକ ସଚେତନତା କାର୍ଯ୍ୟକ୍ରମ। ଏଠାରେ ସରକାରଙ୍କ ଜନହିତକର ଯୋଜନାର ପ୍ରଚାରପ୍ରସାର କରାଯାଇନାହିଁ। କେବଳ ସଚେତନ କରାଇବାକୁ ୧୦୦ ହିତାଧିକାରୀଙ୍କୁ ଡକାଯାଇଥିଲା। ତେବେ କେତେଜଣ ଏହାକୁ ପ୍ରସଙ୍ଗ କରୁଥିବା ସେ ସ୍ପଷ୍ଟୀକରଣ ଦେଇଛନ୍ତି। ଅନ୍ୟପଟେ ଜିଲାରେ ଆଦର୍ଶ ଆଚରଣ ବିଧି ପାଳନ କଡ଼ାକଡ଼ି କରାଯିବାକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ପୌରସଂସ୍ଥା ଏଭଳି ଏକ ସରକାରୀ କାର୍ଯ୍ୟକ୍ରମ କରିବାକୁ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri