ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର  ମହାକାଶଯାନ ସୁନୀତା ଏବଂ ବୁଚ୍‌ଙ୍କୁ ମହାକାଶକୁ ନେଇଥିଲା। ଏହା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟ ମହାକାଶଚାରୀ ପୃଥିବୀକୁ ଫେରିପାରିଲେ ନାହିଁ। ବର୍ତ୍ତମାନ ଏହି ମହାକାଶଯାନ ବିନା କ୍ରୁ’ରେ ପୃଥିବୀକୁ ଫେରିଆସିଛି।

ମହାକାଶଯାନ ସିନା ଫେରିଛି ମାତ୍ର ସୁନୀତା ଏବଂ ବୁଚ୍‌ ଆସନ୍ତା ବର୍ଷ ଫେବୃଆରୀରେ ଫେରିବେ। ଷ୍ଟାର୍‌ଲାଇଇନର ସେପ୍ଟେମ୍ବର ୬ ବିଳମ୍ବିତ ରାତିରେ ଅନ୍ତର୍ଜାତୀୟ ସ୍ପେସ୍‌ ସେଣ୍ଟରରୁ ବାହାରି ୭ ସେପ୍ଟେମ୍ବର ଅର୍ଥାତ୍‌ ଶନିବାର ପୃଥିବୀକୁ ଫେରିଛି। ଏହି ମିଶନ ଉପରେ ସାରା ବିଶ୍ୱର ବୈଜ୍ଞାନିକଙ୍କ ନଜର ରହିଥିଲା।

ସୂଚନାନୁସାରେ, ଷ୍ଟାର୍‌ଲାଇନାର ମହାକାଶଯାନ ଆଜି ଭାରତୀୟ ସମୟ ଭୋର୍‌ ୩.୩୦ରେ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନ (ଆଇଏସ୍‌)ରୁ ଅଲଗା ହୋଇଛି। ସକାଳ ୯.୩୨ରେ ଏହା ଆମେରିକାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ ସ୍ପେସ ହାରବର୍‌ (ମରୁଭୂମି)ରେ ଅବତରଣ କରିଛି।

ବୋଇଂ କମ୍ପାନୀ ଏହି ସ୍ପେସ କ୍ରାଫ୍ଟ ତିଆରି କରିଛି। ଜୁନ୍‌ ୫ରେ ସୁନୀତା ଏବଂ ବୁଚ୍‌ଙ୍କୁ ଆଇଏସ୍‌ଏସ୍‌କୁ ପଠାଯାଇଥିଲା। ଏହା କେବଳ ୮ ଦିନର ଏକ ମିଶନ ଥିଲା। କିନ୍ତୁ ବୈଷୟିକ ତ୍ରୁଟି ଯୋଗୁ ଏହା ମହାକାଶରେ ଅଟକିଛି। ବର୍ତ୍ତମାନ ଏହି ମହାକାଶଯାନ ବିନା କ୍ରୁରେ ପୃଥିବୀକୁ ଫେରିଛି ସୁନୀତା ଏବଂ ବୁଚ୍‌ ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନରେ ରହିବେ। ଫେବୃଆରୀରେ ସ୍ପେସ୍‌ ଏକ୍ସ ବିମାନ ଦ୍ୱାରା ସେମାନଙ୍କୁ ଫେରାଇ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri