ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଛି। ଏହି ସ୍ବତନ୍ତ୍ର ଅଧିବେଶନରେ ବିକ୍ରମ କେଶରୀ ଆରୁଖ ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ପୂର୍ବାହ୍ନରେ ବିଧାନସଭାର ସ୍ବତନ୍ତ୍ର ବୈଠକ ଲାଗି ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନଙ୍କୁ ସମନ କରାଯାଇଥିଲା। ଆଜି ପୂର୍ବାହ୍ନରେ ଏହି ବାଚସ୍ପତି ଭୋଟ୍‌ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଗୃହରେ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏକ ମୋଶନ ଆଣିଥିଲେ। ବାଚସ୍ପତି ପାଇଁ ଆରୁଖଙ୍କ ନାମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ପରେ ଗୃହରେ ଉପସ୍ଥିତ ଥିବା ସମସ୍ତ ସଦସ୍ୟ ଏହାକୁ ଗ୍ରହଣ କରିଥିଲେ।

ଅନ୍ୟପକ୍ଷରେ ଆରୁଖଙ୍କୁ ଏହି ପଦବୀ ମିଳିବା ପରେ ସେ କହିଛନ୍ତି, ପଦମର୍ଯ୍ୟାଦା ରକ୍ଷା ସହ ଗୃହ ସୁପରିଚାଳନା କରିବାକୁ ପ୍ରୟାସ କରିବି। ଏଥିସହ ସେ ସମସ୍ତ ଶାସକ ଓ ବିରୋଧୀ ଦଳ ନେତାଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

୧୯୯୫ରୁ ଲଗାତର ଭାବେ ୬ ଥର ସେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି। ୨୦୦୮ରେ ସରକାରୀ ଦଳ ମୁଖ୍ୟ ସଚେତକ ଓ ୨୦୦୯ରୁ ୧୩ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା। ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri