ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଛି। ଏହି ସ୍ବତନ୍ତ୍ର ଅଧିବେଶନରେ ବିକ୍ରମ କେଶରୀ ଆରୁଖ ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ପୂର୍ବାହ୍ନରେ ବିଧାନସଭାର ସ୍ବତନ୍ତ୍ର ବୈଠକ ଲାଗି ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନଙ୍କୁ ସମନ କରାଯାଇଥିଲା। ଆଜି ପୂର୍ବାହ୍ନରେ ଏହି ବାଚସ୍ପତି ଭୋଟ୍‌ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଗୃହରେ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏକ ମୋଶନ ଆଣିଥିଲେ। ବାଚସ୍ପତି ପାଇଁ ଆରୁଖଙ୍କ ନାମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ପରେ ଗୃହରେ ଉପସ୍ଥିତ ଥିବା ସମସ୍ତ ସଦସ୍ୟ ଏହାକୁ ଗ୍ରହଣ କରିଥିଲେ।

ଅନ୍ୟପକ୍ଷରେ ଆରୁଖଙ୍କୁ ଏହି ପଦବୀ ମିଳିବା ପରେ ସେ କହିଛନ୍ତି, ପଦମର୍ଯ୍ୟାଦା ରକ୍ଷା ସହ ଗୃହ ସୁପରିଚାଳନା କରିବାକୁ ପ୍ରୟାସ କରିବି। ଏଥିସହ ସେ ସମସ୍ତ ଶାସକ ଓ ବିରୋଧୀ ଦଳ ନେତାଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

୧୯୯୫ରୁ ଲଗାତର ଭାବେ ୬ ଥର ସେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି। ୨୦୦୮ରେ ସରକାରୀ ଦଳ ମୁଖ୍ୟ ସଚେତକ ଓ ୨୦୦୯ରୁ ୧୩ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା। ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri