କଥାକାର ଭୀମ ପୃଷ୍ଟି ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୨୯।୯(ଶର୍ମିଷ୍ଠା ପାଣିଗ୍ରାହୀ):ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଚଳିତ ବର୍ଷର ୪୪ତମ ଶାରଳା ପୁରସ୍କାରରେ ବିଶିଷ୍ଟ କଥାକାର ଭୀମ ପୃଷ୍ଟି ସମ୍ମାନିତ ହେବେ। ୨୦୧୭ ମସିହାରେ ପଶ୍ଚିମା ପବ୍ଲିକେଶନ୍‌ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଆସନ୍ତା ଅକ୍ଟୋବର ୨୬ରେ ଇମ୍ଫା ପକ୍ଷରୁ ୫ଲକ୍ଷ ଟଙ୍କାର ଅର୍ଥରାଶି, ଉତ୍ତରୀୟ ଓ ଫଳକ ସହ ଦିଆଯିବ। ପୃଷ୍ଟିଙ୍କ ‘ଜମ୍ବୁଲୋକ’ ସହିତ ଚୂଡ଼ାନ୍ତ ପର୍ଯ୍ୟାୟ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିବାବେଳେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟରେ ବିଜୟ କୁମାର ଶତପଥୀଙ୍କ ‘ନଷ୍ଟନୀଡ଼ର ଉପକଥା’, ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଅମରେଶ ପଟ୍ଟନାୟକଙ୍କ ‘ଚାହଁ ବା ନ ଚାହଁ’, ସରୋଜିନୀ ସାହୁଙ୍କ ‘ଦାଦନ’, ରମେଶ ପ୍ରସାଦ ପାଣିଗ୍ରାହୀଙ୍କ ‘କାନୀନ’ ଏବଂ ପ୍ରଦୀପ କୁମାର ପଣ୍ଡାଙ୍କ ‘ଯାହା ମୁଁ ଚାହୁଁ ନ ଥିବି’ ପୁସ୍ତକ ରହିଥିଲା। ପ୍ରାଥମିକ ପୁସ୍ତକ ଚୟନ ମଣ୍ଡଳୀରେ ସୀତେଶ ତ୍ରିପାଠୀ, ଡ. ସୁଚେତା ମିଶ୍ର, ଡ. ପରମେଶ୍ୱର ମୁଣ୍ଡ, ବୈଜୟନ୍ତୀ ମିଶ୍ର ଏବଂ ଡ. ପ୍ରୀତିଧାରା ସାମଲ ବିଚାରକ ଥିବାବେଳେ ଚୂଡ଼ାନ୍ତ ପର୍ଯ୍ୟାୟରେ ଅଧ୍ୟାପକ ବିଶ୍ୱରଞ୍ଜନ, ଡ. ମୃଣାଳ ଚାଟାର୍ଜୀ, ଡ. ପ୍ରସନ୍ନ କୁମାର ମହାନ୍ତି, ଡ. ଯଶୋଧାରା ମିଶ୍ର, ରଞ୍ଜନ କୁମାର ଦାସ, ଚିରଶ୍ରୀ ଇନ୍ଦ୍ରସିଂ ଏବଂ ଆଦିତେଶ୍ୱର ମିଶ୍ର ରହିଥିଲେ।
ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା- ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୩ ମସିହା ପାଇଁ ଘୋଷିତ ହୋଇଛି। ପଟ୍ଟଚିତ୍ର ଶିଳ୍ପୀ ଗୁରୁ ବେଣୁଧର ମହାପାତ୍ର ଏବଂ ପ୍ରସିଦ୍ଧ ବଂଶୀବାଦକ ଗୁରୁ ମୋହିନୀ ମୋହନ ପଟ୍ଟନାୟକଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମିତାଲି ଚିନାରା ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ବିୟତପ୍ରଜ୍ଞା ତ୍ରିପାଠୀ ଓ ରମାକାନ୍ତ ସାମନ୍ତରାୟ ବିଚାରକ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?