ସାମୁଦ୍ରିକ ନିଷିଦ୍ଧାଞ୍ଚଳ ନେଇ ସତର୍କ କରିବ ସ୍ବତନ୍ତ୍ର ଆପ୍‌

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧାଞ୍ଚଳ ସମ୍ପର୍କରେ ସୂଚନା ଦେବା ସହ ସତର୍କ କରାଇବ ‘ଫିଶର ଫ୍ରେଣ୍ଡ୍‌ ମୋବାଇଲ୍‌ ଆପ୍ଲିକେଶନ’। ଏମ୍‌ଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌କୁ ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ କୃଷି ଭବନରେ ଲୋକାର୍ପଣ କରିଛନ୍ତି। ମନ୍ତ୍ରୀ ସାହୁ କହିଛନ୍ତି, ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ହେବା ଉଚିତ୍‌। ବିରଳ ଅଲିଭ୍‌ ରିଡ୍‌ଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ନିମନ୍ତେ ରାଜ୍ୟ ସରକାର ପ୍ରତିବଦ୍ଧ ଅଛନ୍ତି। ଏହି ମୋବାଇଲ୍‌ ଆପ୍‌ ରାଜ୍ୟ ସରକାରଙ୍କ ଜନମୁଖୀ ଯୋଜନାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ଓଡ଼ିଶା ଉପକୂଳରେ କଇଁଛମାନଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳଠାରୁ ଦୂରେଇ ରହିବା ପାଇଁ ମତ୍ସ୍ୟଜୀବୀଙ୍କୁ ଏହି ଆପ୍‌ ସତର୍କ କରାଇବ। ଅଜାଣତରେ ନିଷିଦ୍ଧାଞ୍ଚଳରେ ପ୍ରବେଶ କରି ଦଣ୍ଡବିଧାନଜନିତ ଅପ୍ରୀତିକର ପରିସ୍ଥିତିରୁ ମତ୍ସ୍ୟଜୀବୀ ବଞ୍ଚତ୍ପାରିବେ। ତେବେ ଏଥିନିମନ୍ତେ ଇଣ୍ଟରନେଟ୍‌ର ଆବଶ୍ୟକତା ପଡ଼ିବ ନାହିଁ ଏବଂ ସମୁଦ୍ର ମଧ୍ୟରେ ଅଫ୍‌ଲାଇନ୍‌ରେ ଏହା କାର୍ଯ୍ୟ କରିବ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ପ୍ରବେଶଜନିତ ସତର୍କ ସୂଚନା ପ୍ରଦାନ କରିବା ସହିତ ପାଣିପାଗ ସମ୍ପର୍କିତ ଆଗୁଆ ସୂଚନା, ସମ୍ଭାବ୍ୟ ମାଛ ମିଳିବା ସ୍ଥାନ, ସାମୁଦ୍ରିକ ସ୍ଥିତିର ପୂର୍ବାନୁମାନ, ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେଖା ସତର୍କତା ଓ ଅନ୍ୟ ବିପର୍ଯ୍ୟୟ ସୂଚନା ଆଦି ପ୍ରଦାନ କରୁଥିବାରୁ ମନ୍ତ୍ରୀ ଏହି ଆପ୍‌କୁ ନାଭିଗେଟର ସହ ତୁଳନା କରିଛନ୍ତି। ଏହାଦ୍ୱାରା ୧.୫ ଲକ୍ଷ ସକ୍ରିୟ ସାମୁଦ୍ରିକ ମତ୍ସ୍ୟଜୀବୀ ଉପକୃତ ହେବେ। ମତ୍ସ୍ୟଜୀବୀଙ୍କ ବ୍ୟତୀତ ସମ୍ପୃକ୍ତ ବନ ବିଭାଗ କର୍ମଚାରୀମାନେ ମଧ୍ୟ ଏହି ଆପ୍‌କୁ ବ୍ୟବହାର କରିବା ପାଇଁ ମନ୍ତ୍ରୀ କହିଛନ୍ତି।
ବିଭାଗୀୟ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ, ସାମୁଦ୍ରିକ ମାଛ ଉତ୍ପାଦନ କ୍ଷେତ୍ରରେ ଆମ ରାଜ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଗତ ୨୦ ବର୍ଷରେ ସାମୁଦ୍ରିକ ଖାଦ୍ୟ ରପ୍ତାନୀ ୯ ଗୁଣ ବୃଦ୍ଧି ପାଇଥିବା ସେ ପ୍ରକାଶ କରିଥିଲେ। ପିସିଏଫ୍‌(ବନ୍ୟପ୍ରାଣୀ) ଶଶୀ ପଲ୍‌ କହିଲେ, ପ୍ରତିବର୍ଷ ପ୍ରାୟ ୮ରୁ ୧୦ ଲକ୍ଷ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେ କଇଁଛ ଆମ ରାଜ୍ୟକୁ ଅଣ୍ଡାଦାନ ନିମନ୍ତେ ଆସିଥାନ୍ତି। ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବାବେଳେ ଏହି ମୋବାଇଲ୍‌ ଆପ୍ଲିକେଶନର ବ୍ୟବହାର ପ୍ରଣାଳୀ ଉପରେ ଏକ କଥାଚିତ୍ର ପ୍ରଦର୍ଶିତ ହୋଇଥିଲା। ମତ୍ସ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ବୈଷୟିକ) ଦେବାନନ୍ଦ ଭଞ୍ଜ ଧନ୍ୟବାଦ ଦେଇଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଓ ମତ୍ସ୍ୟ ବିଭାଗର ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ପ୍ରତିବର୍ଷ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ୍‌ ରିଡ୍‌ଲେ କଇଁଛ ଧାମରା, ଦେବୀନଦୀ, ଋଷିକୁଲ୍ୟା ନଦୀମୁହାଣ ଏବଂ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳକୁ ଆସି ସାମୂହିକ ଅଣ୍ଡାଦାନ ନିମନ୍ତେ ଏକତ୍ର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri