Posted inରାଜ୍ୟ

ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା: ୫ରେ ପୁଣି ଢିଙ୍କିଆ ଗସ୍ତ କରିବ ସ୍ବତନ୍ତ୍ର କମିଟି

କଟକ ଅଫିସ,୨୪ା୨: ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଅଞ୍ଚଳରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିର୍ମାଣକୁ ବିରୋଧ କରୁଥିବା ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା ଘଟଣା ସମ୍ପର୍କିତ ମାମଲାର ବୁଧବାର ହାଇକୋର୍ଟରେ ଶୁଣାଣି ହୋଇଛି। ଉଚ୍ଚ ଅଦାଲତଙ୍କ ଦ୍ୱାରା ଗଠିତ ୫ଜଣିଆ ସ୍ବତନ୍ତ୍ର କମିଟିକୁ ପୁଣିଥରେ ଆସନ୍ତା ୫ତାରିଖରେ ଢିଙ୍କିଆ ଗସ୍ତ କରି ରିପୋର୍ଟ ଦେବାକୁ ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଏବଂ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏହି ଗସ୍ତ ସମୟରେ କମିଟି ସେଠାରେ ଜନଶୁଣାଣି କରିବ। ସ୍ଥାନୀୟ ଲୋକଙ୍କ ମତାମତ ଗ୍ରହଣ କରିବା ନିମନ୍ତେ ଜନଶୁଣାଣିର ବ୍ୟବସ୍ଥା କରିବାକୁ ସ୍ଥାନୀୟ ଜିଲାପାଳ ଓ ଏସ୍‌ପି ସମସ୍ତ ପଦକ୍ଷେପ ନେବେ ବୋଲି ହାଇକୋର୍ଟ କହିଛନ୍ତି। ଏହି ସ୍ବତନ୍ତ୍ର କମିଟି ଢିଙ୍କିଆ ଗସ୍ତ କରିବାର ୩ଦିନ ମଧ୍ୟରେ ଘଟଣାର ସ୍ଥିତି ସମ୍ପର୍କରେ ହାଇକୋର୍ଟରେ ରିପୋର୍ଟ ଉପସ୍ଥାପନ କରିବାକୁ କୁହାଯାଇଛି।
ଏରସମା ବ୍ଲକ ଢିଙ୍କିଆ ଚାରି ଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ଗତ ଜାନୁୟାରୀ ୧୪ରେ ଗ୍ରାମବାସୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ହାଇକୋର୍ଟରେ ୩ଟି ପୃଥକ ମାମଲା ରୁଜୁ ହୋଇଥିଲା। ଘଟଣାର ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଆଇନଜୀବୀ ପ୍ରଶାନ୍ତ କୁମାର ଜେନା, ଓମ୍‌କାର ଦେବଦାସ, ସୁକାନ୍ତ କୁମାର ଦଳେଇ, ଅତିରିକ୍ତ ସରକାରୀ ଓକିଲ ଦେବକାନ୍ତ ମହାନ୍ତି ଓ ଜନ୍ମେଞ୍ଜୟ କଟିକିଆ ପ୍ରମୁଖଙ୍କୁ ନେଇ ଗଠିତ ୫ଜଣିଆ ଟିମ୍‌ ଗତ ୧୯ ତାରିଖରେ ଘଟଣାସ୍ଥଳ ପରିଦର୍ଶନରେ ଯାଇଥିଲେ। ସେଠାରେ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବାବେଳେ ଏକ ରାଜନୈତିକ ଦଳର ଶୋଭାଯାତ୍ରାରେ ଆସିଥିବା ବାଲିତୁଠ ଅଞ୍ଚଳର କେତେଜଣ ବ୍ୟକ୍ତି ସେଠାରେ ପହଞ୍ଚତ୍ କମିଟି ସଦସ୍ୟଙ୍କୁ ବିରୋଧ କରିବା ସହ ଗଣ୍ଡଗୋଳ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ହେବା ପରେ କମିଟି ସଦସ୍ୟ ଗ୍ରାମ ପରିକ୍ରମା କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଯୋଗୁ ସାଧାରଣ ଜୀବନଯାପନ ବ୍ୟାହତ ହେଉଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଥିଲେ। ଏହାପରେ କମିଟିସଦସ୍ୟ ଅଭୟଚାନ୍ଦପୁର ଥାନା ଅଧିକାରୀଙ୍କୁ ଡାକି ହାଇକୋର୍ଟରେ ମାମଲା ଚାଲିଥିବାରୁ ପରବର୍ତ୍ତୀ ନିର୍ଦ୍ଦେଶ ନ ହେବା ପର୍ଯ୍ୟନ୍ତ ଏହି ଘଟଣାରେ କାହାରିକୁ ଗିରଫ ନ କରିବାକୁ କହିଥିଲେ। ସେଠାରୁ କମିଟି ସଦସ୍ୟ ଫେରିବା ପରେ ବୁଧବାର ସେମାନଙ୍କ ରିପୋର୍ଟକୁ ଅଲଗା ଅଲଗା ଭାବେ ହାଇକୋର୍ଟରେ ଦାଖଲ କରିଥିଲେ। ଏହା ପରେ ଖଣ୍ଡପୀଠ ଢିଙ୍କିଆର ବାସ୍ତବ ଚିତ୍ରର ସମ୍ପୂର୍ଣ୍ଣ ବିବରଣୀ ଜାଣିବା ପାଇଁ କମିଟିକୁ ଆଉଥରେ ଘଟଣାସ୍ଥଳ ଗସ୍ତ କରି ସେଠାରେ ଏକ ଜନଶୁଣାଣି କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri