Posted inରାଜ୍ୟ

ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା: ୫ରେ ପୁଣି ଢିଙ୍କିଆ ଗସ୍ତ କରିବ ସ୍ବତନ୍ତ୍ର କମିଟି

କଟକ ଅଫିସ,୨୪ା୨: ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଅଞ୍ଚଳରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିର୍ମାଣକୁ ବିରୋଧ କରୁଥିବା ଆନ୍ଦୋଳନକାରୀଙ୍କୁ ପୋଲିସର ଲାଠିଚାଳନା ଘଟଣା ସମ୍ପର୍କିତ ମାମଲାର ବୁଧବାର ହାଇକୋର୍ଟରେ ଶୁଣାଣି ହୋଇଛି। ଉଚ୍ଚ ଅଦାଲତଙ୍କ ଦ୍ୱାରା ଗଠିତ ୫ଜଣିଆ ସ୍ବତନ୍ତ୍ର କମିଟିକୁ ପୁଣିଥରେ ଆସନ୍ତା ୫ତାରିଖରେ ଢିଙ୍କିଆ ଗସ୍ତ କରି ରିପୋର୍ଟ ଦେବାକୁ ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଏବଂ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏହି ଗସ୍ତ ସମୟରେ କମିଟି ସେଠାରେ ଜନଶୁଣାଣି କରିବ। ସ୍ଥାନୀୟ ଲୋକଙ୍କ ମତାମତ ଗ୍ରହଣ କରିବା ନିମନ୍ତେ ଜନଶୁଣାଣିର ବ୍ୟବସ୍ଥା କରିବାକୁ ସ୍ଥାନୀୟ ଜିଲାପାଳ ଓ ଏସ୍‌ପି ସମସ୍ତ ପଦକ୍ଷେପ ନେବେ ବୋଲି ହାଇକୋର୍ଟ କହିଛନ୍ତି। ଏହି ସ୍ବତନ୍ତ୍ର କମିଟି ଢିଙ୍କିଆ ଗସ୍ତ କରିବାର ୩ଦିନ ମଧ୍ୟରେ ଘଟଣାର ସ୍ଥିତି ସମ୍ପର୍କରେ ହାଇକୋର୍ଟରେ ରିପୋର୍ଟ ଉପସ୍ଥାପନ କରିବାକୁ କୁହାଯାଇଛି।
ଏରସମା ବ୍ଲକ ଢିଙ୍କିଆ ଚାରି ଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ଗତ ଜାନୁୟାରୀ ୧୪ରେ ଗ୍ରାମବାସୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ହାଇକୋର୍ଟରେ ୩ଟି ପୃଥକ ମାମଲା ରୁଜୁ ହୋଇଥିଲା। ଘଟଣାର ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଆଇନଜୀବୀ ପ୍ରଶାନ୍ତ କୁମାର ଜେନା, ଓମ୍‌କାର ଦେବଦାସ, ସୁକାନ୍ତ କୁମାର ଦଳେଇ, ଅତିରିକ୍ତ ସରକାରୀ ଓକିଲ ଦେବକାନ୍ତ ମହାନ୍ତି ଓ ଜନ୍ମେଞ୍ଜୟ କଟିକିଆ ପ୍ରମୁଖଙ୍କୁ ନେଇ ଗଠିତ ୫ଜଣିଆ ଟିମ୍‌ ଗତ ୧୯ ତାରିଖରେ ଘଟଣାସ୍ଥଳ ପରିଦର୍ଶନରେ ଯାଇଥିଲେ। ସେଠାରେ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବାବେଳେ ଏକ ରାଜନୈତିକ ଦଳର ଶୋଭାଯାତ୍ରାରେ ଆସିଥିବା ବାଲିତୁଠ ଅଞ୍ଚଳର କେତେଜଣ ବ୍ୟକ୍ତି ସେଠାରେ ପହଞ୍ଚତ୍ କମିଟି ସଦସ୍ୟଙ୍କୁ ବିରୋଧ କରିବା ସହ ଗଣ୍ଡଗୋଳ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ହେବା ପରେ କମିଟି ସଦସ୍ୟ ଗ୍ରାମ ପରିକ୍ରମା କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଯୋଗୁ ସାଧାରଣ ଜୀବନଯାପନ ବ୍ୟାହତ ହେଉଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଥିଲେ। ଏହାପରେ କମିଟିସଦସ୍ୟ ଅଭୟଚାନ୍ଦପୁର ଥାନା ଅଧିକାରୀଙ୍କୁ ଡାକି ହାଇକୋର୍ଟରେ ମାମଲା ଚାଲିଥିବାରୁ ପରବର୍ତ୍ତୀ ନିର୍ଦ୍ଦେଶ ନ ହେବା ପର୍ଯ୍ୟନ୍ତ ଏହି ଘଟଣାରେ କାହାରିକୁ ଗିରଫ ନ କରିବାକୁ କହିଥିଲେ। ସେଠାରୁ କମିଟି ସଦସ୍ୟ ଫେରିବା ପରେ ବୁଧବାର ସେମାନଙ୍କ ରିପୋର୍ଟକୁ ଅଲଗା ଅଲଗା ଭାବେ ହାଇକୋର୍ଟରେ ଦାଖଲ କରିଥିଲେ। ଏହା ପରେ ଖଣ୍ଡପୀଠ ଢିଙ୍କିଆର ବାସ୍ତବ ଚିତ୍ରର ସମ୍ପୂର୍ଣ୍ଣ ବିବରଣୀ ଜାଣିବା ପାଇଁ କମିଟିକୁ ଆଉଥରେ ଘଟଣାସ୍ଥଳ ଗସ୍ତ କରି ସେଠାରେ ଏକ ଜନଶୁଣାଣି କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri