Posted inରାଜ୍ୟ

ଆମ ସମ୍ବିଧାନ ଗଣତନ୍ତ୍ରର ଆତ୍ମା: ନବୀନ

ଭୁବନେଶ୍ୱର,୨୬ା୧ (ବ୍ୟୁରୋ): ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ, ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ୍‌ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଚାଲିଛି। ଗଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାର୍ତ୍ତା ଦେଇଛନ୍ତି।

ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଶ୍ବକପ୍‌ ହକିର ମାହୋଲ ଏବେ ସାରା ରାଜ୍ୟକୁ ଉତ୍ସବମୁଖର କରିଛି। ଏହାରି ଭିତରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରୁଛୁ। ସାରା ବିଶ୍ବର ନଜର ଏବେ ଓଡ଼ିଶା ଉପରେ ରହିଛି। ଆମେ ଦୁଇ ଦୁଇ ଥର ବିଶ୍ବକପ୍‌ ହକି ସଫଳତାର ସହ ଆୟୋଜନ କରିଛୁ। ଏହା ସାରା ଦେଶ, ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର କଥା । କେବଳ କ୍ରୀଡ଼ା ନୁହେଁ, ଶିଳ୍ପ ବିକାଶର ଯାତ୍ରା ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଓ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି।

ମାଆମାନେ ସ୍ବୟଂ ସହାୟକ ଗୋଷ୍ଠୀରୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ହେବାର ସୁଯୋଗ ପାଇଛନ୍ତି। ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ପ୍ରତିବଦ୍ଧତା ୫-ଟି ସ୍କୁଲ ଟ୍ରାନ୍ସଫର୍ମେଶନ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା। ଚାଷୀମାନଙ୍କ କଲ୍ୟାଣ ଓ ସଶକ୍ତୀକରଣ ପାଇଁ କାଳିଆ, ବଳରାମ ଯୋଜନା ଓ ମିଲେଟ୍‌ ମିଶନ ଆମ ପାଇଁ ନୂଆ ପରିଚୟ ସୃଷ୍ଟି କରିଛି । ଜନମାନସରେ ଏବେ ପରିବର୍ତ୍ତନ ଆସିଛି। ଓଡ଼ିଶାର ବିକାଶ ଧାରା ଦ୍ରୁତ ଭାବରେ ଆଗକୁ ବଢୁଛି। ରାଜନୀତି ନୁହେଁ, ବିକାଶର ବିଭିନ୍ନ ଦିଗ ଉପରେ ଏବେ ଲୋକମାନେ ଗୁରୁତ୍ୱ ଦେଉଛନ୍ତି।

ସବୁ ବର୍ଗ ମଧ୍ୟରେ ନୂଆ ଉତ୍ସାହ ଆସିଛି। ନିଜ ପାଇଁ, ସମାଜ ପାଇଁ କିଛି କରିବାର ଇଚ୍ଛା ବୃଦ୍ଧି ପାଇଛି। ଆମର ସାମର୍ଥ୍ୟ ଉପରେ ଭରସା ବଢ଼ିଛି । ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବା ପାଇଁ ଓଡ଼ିଶା ଉଦ୍ୟମ ଜାରି ରଖିଛି, ଏହା ହିଁ ରୂପାନ୍ତର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଢ଼େ ଚାରି କୋଟି ଓଡ଼ିଶାବାସୀ, ସମସ୍ତେ ଜଣେ ଜଣେ ହେଉଛନ୍ତି ଏ ରୂପାନ୍ତରର ସାରଥି। ଏହି ଉତ୍ସାହ ନେଇ ଆଗକୁ ବଢ଼ିଲେ ୨୦୩୬ରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶର ଶହେ ବର୍ଷ ପୂର୍ତ୍ତି ବେଳକୁ ଏକ ସଶକ୍ତ ଓଡ଼ିଶାର ସ୍ବପ୍ନ ନିଶ୍ଚୟ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଜାତିର ଜନକ ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲାନା ଆଜାଦ, ଡ.ଆମ୍ବେଡକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡ. ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାୟକ, ମା’ ରମାଦେବୀ, ଶହୀଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡ. ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ୍‌ ସଂଗ୍ରାମୀ ଏବଂ ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ଶହୀଦମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri