Posted inଖେଳ

ଆସାମରେ ଏସ୍‌ଟିସି ଉଦ୍‌ଘାଟନ କଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧(ପି.ଟି.): ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲଙ୍କ ଉପସ୍ଥିତିରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶନିବାର ଆସାମର ନର୍ଥ ଲକ୍ଷ୍ମୀପୁର ଟାଉନ୍‌ସ୍ଥିତ ସୋଲାଲ ଗାଓଁରେ ସାଇ ଟ୍ରେନିଂ ସେଣ୍ଟର (ଏସ୍‌ଟିସି) ଉଦ୍‌ଘାଟନ କରିଛନ୍ତି। ଏହି ଟ୍ରେନିଂ ସେଣ୍ଟରରେ ଆଥ୍‌ଲେଟଙ୍କ ପାଇଁ ହଷ୍ଟେଲ ଓ ମଲ୍ଟି ସ୍ପୋଟର୍‌ସ ଇନ୍‌ଡୋର ହଲ୍‌ ରହିଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ଏସ୍‌ଟିସିରେ ଆଥଲେଟମାନେ ଓ୍ବେଟଲିଫ୍ଟିଙ୍ଗ୍‌ ଓ ବକ୍ସିଂ ପାଇଁ ଭିତ୍ତିଭୂମି ପାଇ ପାରିବେ। ଦେଶର ଉତ୍ତର ପୂର୍ବାଞ୍ଚଳର ଲୋକମାନେ ପାରମ୍ପରିକ ଭାବେ କ୍ରୀଡ଼ାପ୍ରେମୀ ରହିଥାନ୍ତି। ଏଠାରେ ଲୋକମାନେ ବିଭିନ୍ନ କ୍ରୀଡ଼ାରେ ଅଂଶଗ୍ରହଣ କରିଥାନ୍ତି। ଏହି ଅଞ୍ଚଳର ଯୁବ ଖେଳାଳିମାନେ ଭବିଷ୍ୟତରେ ଦେଶ ପାଇଁ ଗୌବ ଆଣିଦେବେ। ଉତ୍ତରପୂର୍ବାଞ୍ଚଳକୁ କ୍ରୀଡ଼ାର ଏକ ପେଣ୍ଠସ୍ଥଳୀରେ ପରିଣତ କରିବାକୁ ସରକାର ସବୁ ପ୍ରକାର ପ୍ରୟାସ ଜାରି ରଖିବେ ବୋଲି ରିଜିଜୁ କହିଛନ୍ତି। ଏହି ଅବସରରେ ସୋନୋଓ୍ବାଲ ଫିଟ୍‌ ଇଣ୍ଡିଆ ଫିଟ୍‌ନେସ ପ୍ରୋଟୋକଲ ଲଞ୍ଚ୍‌ କରିଥିଲେ। ଉଲ୍ଲେଖଥାଉ କି, ଆସାମରେ ଶିବ ଥାପ୍ପା, ଲୋଭଲିନା ବୋରେଗୋହେନ ଓ ଜମୁନା ବୋରୋଙ୍କ ଭଳି ବକ୍ସର ସୃଷ୍ଟି ହୋଇଛନ୍ତି। ଏହି ହଷ୍ଟେଲରେ ୭୦ଜଣ ଆଥଲେଟ ରହିପାରିବେ। ରେସିଡେନ୍ସିଆଲ ବ୍ୟବସ୍ଥାରେ ବାଳିକା ଓ ବୋର୍ଡିଂ ବ୍ୟବସ୍ଥାରେ ବାଳକମାନେ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri