୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ଫେରାଇ ଥିବା ତାପସଙ୍କୁ ପୁରସ୍କାର ଦେଲେ ଏସ୍‌ପି

ସମ୍ବଲପୁର,୧୯।୪(ବ୍ୟୁରୋ): ୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍‌ ପାଇ ଫେରାଇ ଦେଲେ ବ୍ୟକ୍ତି। ଏଭଳି ମାନବିକତା ଦେଖିବାକୁ ମିଳିଥିଲା ସମ୍ବଲପୁର ଏସଆରଆଇଟି କଲୋନୀରେ। ସମ୍ବଲପୁର ଏସ୍‌ଆରଆଇଟି କଲୋନୀର ସୌଦାମିନୀ ପତି ସହର ବାହାରକୁ ଯିବାକୁ ଥିବା ବେଳେ କଲ୍ୟାଣ ନଗରରେ ରହୁଥିବା ଝିଅ କଳ୍ପନା ସାହୁଙ୍କୁ ଡାକି ସବୁ ଅଳଙ୍କାର ନେଇଯିବାକୁ କହିଥିଲେ। ଫୋନ ପାଇ କଳ୍ପନା ଆସି ଗୋଟିଏ ବ୍ୟାଗ ସାହାଯ୍ୟରେ ତାହା ନେବା ବେଳେ ବାଟରେ ପଡିଯାଇଥିଲା। ତେବେ ସନ୍ଧ୍ୟା ଭ୍ରମଣ ସମୟରେ ଯାଉଥିବା ଏସ୍‌ଆରଆଇଟି କଲୋନୀର ତାପସ ସ୍ବାଇଁ ଏହାକୁ ପାଇ ସବୁ ସୁନା ଗହଣା ଅଇଁଠାପାଲି ଥାନା ଜିମା ଦେଇଥିଲେ। ଥାନା ଅଧିକାରୀ ଯୋଗେଶ ପଣ୍ଡା ମା’ ଝିଅଙ୍କୁ ଡାକି ସବୁ ସୁନାଗହଣା ଫେରାଇ ଦେଇଥିଲେ। ଏହି ଘଟଣା ପରେ ତାପସଙ୍କୁ ପ୍ରଶଂସାର ସୁଅ ଛୁଟୁଥିବା ବେଳେ ମଙ୍ଗଳବାର ପୁରସ୍କୃତ କରାଯାଇଛି। ଏହିପରି ସଚ୍ଚୋଟତା କାର୍ଯ୍ୟ ସମାଜକୁ ପ୍ରେରଣା ଦେଇଥାଏ । ତାପସଙ୍କ ଏହି ମହତ୍ୱପୂର୍ଣ୍ଣ କାର୍ଯ୍ୟପାଇଁ ତାଙ୍କୁ ସମ୍ବଲପୁର ଏସ୍‌ପି ବାତ୍ତୁଲା ଗଙ୍ଗାଧର ନଗଦ ୧୦୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri