ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଏସବୁର ଅହେତୁକ ବୃଦ୍ଧି ପରିବାରରେ ସମସ୍ୟା ସୃଷ୍ଟି କରୁଛି। ଜିଲାର ବିଭିନ୍ନ ସ୍ଥାନରେ କଟକଣା ଥିବା ସତ୍ତ୍ୱେ ତମାଖୁଯୁକ୍ତ ଗୁଟ୍‌ଖା ଖୋଲାଖୋଲି ବିକ୍ରି ହେଉଛି। ଏହାକୁ ସୁଯୋଗ ଭାବି କେତେଗୋଟି ନକଲି ଗୁଟ୍‌ଖା କମ୍ପାନୀ ଏହାର ବ୍ୟାପକ ପ୍ରସାର କରୁଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସ୍କ୍ବାଡ୍‌ ଗଠନ ସତ୍ତ୍ୱେ ଏ ନେଇ କୌଣସି ଚଢ଼ାଉ ହେଉ ନ ଥିବାରୁ ମୁଖ ଗହ୍ବର ରୋଗ ବଢ଼ିବା ସହ ନାବାଳିକା, ନାବାଳକ ବ୍ୟବହାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ କହିଛନ୍ତି, ଭାରତରେ ମଦ୍ୟପାନ ହାର ୧୮.୮ ପ୍ରତିଶତ ଥିବା ବେଳେ ଓଡ଼ିଶାରେ ଏହାର ହାର ୨୮.୮ ପ୍ରତିଶତ ରହିଥିବା ସର୍ବେକ୍ଷଣ ରିପୋର୍ଟରେ ଦର୍ଶାଯାଇଛି। ସେହିପରି ତମାଖୁ ସେବନରେ ମଧ୍ୟ ଓଡ଼ିଶା ରାଜ୍ୟ ଆଗରେ ଅଛି। ଦେଶରେ ୩୮ପ୍ରତିଶତ ପୁରୁଷ ତମାଖୁ ସେବନ କରୁଥିବା ବେଳେ ଓଡ଼ିଶାରେ ୫୧.୬ ପ୍ରତିଶତ ଓ ମହିଳାଙ୍କ କ୍ଷେତ୍ରରେ ଦେଶରେ ୮.୯ ପ୍ରତିଶତ ଥିବା ବେଳେ ଓଡ଼ିଶାରେ ୨୬ ପ୍ରତିଶତ ତମାଖୁ ସେବନ କରୁଛନ୍ତି। ତମାଖୁ ସେବନ ଓ ନକଲି ତମାଖୁର ପ୍ରସାରଣକୁ ରୋକିବା ପାଇଁ ଜନସଚେତନତା, ମେ ୩୧କୁ ତମାଖୁ ବର୍ଜନ ଦିବସ ସହ କୋଟପା ଆଇନ ୨୦୦୩, ଏଫଏସ୍‌ଏସ୍‌ଆଇ ଆଇନ ୨୦୦୬ ପ୍ରଣୟନ ହୋଇଛି। ଏଥିସହ ଗୁଟ୍‌ଖା ବ୍ୟବସାୟକୁ ବେଆଇନ ଘୋଷଣା କରାଯାଇଛି। ଏହାସତ୍ତ୍ୱେ ବ୍ୟବସାୟ ବୃଦ୍ଧି ଜନଜୀବନ ଉପରେ ପ୍ରଭାବ ପକାଇଛି। ସାମାଜିକ କର୍ମୀ ନୀହାର ରଞ୍ଜନ ପ୍ରଧାନ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ନକଲି ଜର୍ଦ୍ଦାର ପ୍ରଚାର ପ୍ରସାର ବଢ଼ିଚାଲିଛି। ମହାକାଳପଡ଼ା ବ୍ଲକ ରାଜଗଡ଼ ଗ୍ରାମରେ ରାଜା ମଲ୍ଲିକ ଓ ସଞ୍ଜୟ ମଲ୍ଲିକ ନକଲି ଜର୍ଦ୍ଦା ନିର୍ମାଣ ଅଭିଯୋଗରେ ୨୦୧୯ ଜାନୁଆରୀରେ ଗିରଫ ହୋଇଥିଲେ। ତାଙ୍କ ନିକଟରୁ ପୋଲିସ ଗୁଟ୍‌ଖା ନିର୍ମାଣରେ ବ୍ୟବହୃତ ବହୁ ମାରାତ୍ମକ ରାସାୟନିକ ଦ୍ରବ୍ୟ ସହିତ ବିଭିନ୍ନ କମ୍ପାନୀର ଲୋଗୋ ଥିବା ଖୋଳ ଜବତ କରିଥିଲା। ସେହିପରି ଡେରାବିଶ ପୋଲିସ ୩ ବର୍ଷ ପୂର୍ବେ ବିଭିନ୍ନ କମ୍ପାନୀର ଜର୍ଦ୍ଦା ରହିଥିବା ଏକ ଗାଡିରେ ନିଆ ଯାଉଥିବା ବେଳେ ଧରିଥିଲେ। ତେବେ ଦୁଇଦିନ ପରେ ସେହି ଗାଡ଼ି ଥାନାରୁ ଉଭାନ ହୋଇ ଯାଇଥିବାବେଳେ ମାମଲାକୁ ନେଇ ସ୍ଥାନୀୟ ଲୋକ ସନ୍ଦୀହାନ ଅଛନ୍ତି। ସଦର ଥାନା ଅନ୍ତର୍ଗତ ଦୁହୁରିଆଠାରେ ଏକ ଜର୍ଦ୍ଦା ଗୋଦାମ ଚଢ଼ାଉ ପରେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ନିଷ୍କ୍ରିୟ ହୋଇପଡିଛି। ତଦାରଖ ନ ଥିବାରୁ ଏହି ବେପାର ବଢ଼ି ଚାଲିଥିବା ସେ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ରାଧାକାନ୍ତ ମହାନ୍ତି କହିଛନ୍ତି, ଗୁଟ୍‌ଖା, ମଦ ଆଦି ଦ୍ରବ୍ୟ କେନ୍ଦ୍ରାପଡ଼ା ଜିଲାରେ ବେଧଡ଼କ ବିକ୍ରି ଚାଲିଛି। ସ୍କୁଲ, କଲେଜ, ମନ୍ଦିର ଆଦି ନିକଟରେ ଏହାର ଦୋକାନ ଖୋଲା ହୋଇଛି। ଏହାର ବହୁଳ ପ୍ରଚାର ଯୋଗୁ ନାବାଳିକାନାବାଳକ ଆକର୍ଷିତ ହେଉଛନ୍ତି। ଜିଲାରେ ଏହି କାରବାରକୁ ରୋକିବା ପାଇଁ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଛି। ଏଥିରେ ଫୁଡ ଇନ୍ସପେକ୍ଟର, ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ସଦସ୍ୟ ତଥା କର୍ମକର୍ତ୍ତା ଅଛନ୍ତି। ତେବେ ଧରପଗଡ଼ ହେଉ ନ ଥିବା ସେ ଅଭିଯୋଗ କରିଛନ୍ତି। ଡା. ବୀରେନ୍ଦ୍ର କୁମାର ଦାଶଙ୍କୁ ପଚାରିବାରେ ଏବେ ମୁଖ ଗହ୍ବର କ୍ୟାନ୍‌ସର ବଢ଼ିବାରେ ଲାଗିଛି। ଗୁଟ୍‌ଖାର ବହୁଳ ବ୍ୟବହାର ରୋକା ନ ଗଲେ ଏହି ରୋଗ ଅଧିକ ହେବ। ମୁହଁ ଘାଆ ଶୀଘ୍ର ନ ଶୁଖିବା, ମୁଖ ମଧ୍ୟରେ ଧଳା ଆସ୍ତରଣ ସୃଷ୍ଟି ହେବା, ଦାନ୍ତ ଭାଙ୍ଗିବା, ମୁଖ ଖୋଲିବା ସମୟରେ କଠିନ ଲାଗିବା, ମୁହଁ, କାନରେ ବିନ୍ଧା ହେବା, ଖାଇବା ସମୟରେ ଗଳାରେ କଷ୍ଟ ଅନୁଭବ କରିବା ଆଦି ଲକ୍ଷଣରେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ ବୋଲି ସେ କହିଛନ୍ତି। ଉପଜିଲାପାଳ ରବୀନ୍ଦ୍ର କୁମାର ପ୍ରଧାନଙ୍କୁ ପଚାରିବାରେ ବ୍ୟାନ ହୋଇଥିବା ଗୁଟ୍‌ଖା ଓ ନକଲି ଜର୍ଦ୍ଦା ବ୍ୟବସାୟ ପ୍ରତିଷ୍ଠାନ ଉପରେ ଚଢ଼ାଉ ହୋଇଛି। ତମାଖୁ ସେବନକୁ ରୋକିବା ପାଇଁ ଜନସଚେତନତା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri