ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଶୁକ୍ରବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ଏସ୍‌ଆର୍‌ସି ସୁପ୍ରିମକୋର୍ଟ ଓ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶାବଳୀ ଏବଂ କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖିବେ। ଆସନ୍ତା ନଭେମ୍ବର ୧ ପୂର୍ବାହ୍ନ ସାଢେ ୧୦ଟା ସୁଦ୍ଧା ନିଷ୍ପତ୍ତି ସମ୍ପର୍କିତ ରିପୋର୍ଟ ହାଇକୋର୍ଟରେ ଦାଖଲ କରିବେ ଏସ୍‌ଆର୍‌ସି। ସେହିଦିନ ଅପରାହ୍ନ ୨ଟାରେ ମାମଲାର ଚୂଡାନ୍ତ ଶୁଣାଣି ହେବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।
ଆବେଦନକାରୀ ଅଲ୍‌ ଓଡ଼ିଶା ଫାୟାର ୱାର୍କସ ଡିଲର୍ସ ଆସୋସିଏଶନ ଓ ଅନ୍ୟ ବ୍ୟବସାୟୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୌତମ ମୁଖାର୍ଜୀ ମାମଲା ପରିଚାଳନା କରୁଥିଲେ। ଏନ୍‌ଜିଟି ଗାଇଡ୍‌ଲାଇନ(୨୦୨୦ ଡିସେମ୍ବର ୧) ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ(୨୦୧୮ ଅକ୍ଟୋବର ୨୩ ଓ ୨୦୧୯ ଏପ୍ରିଲ ୨୧) ମୁତାବକ ସବୁଜ ବାଣ ବିକ୍ରି ଓ ବ୍ୟବହାର କରାଯାଇପାରିବ। ଏହାଦ୍ୱାରା ବାୟୁ ପ୍ରଦୂଷଣ ହୋଇ ନ ଥାଏ। ଏପରିସ୍ଥଳେ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟାଇବା ପାଇଁ ଅନୁମତି ନ ଦେବାରେ କୌଣସି ଯଥାର୍ଥତା ନାହିଁ ବୋଲି ଆବେଦନକାରୀଙ୍କ ଓକିଲ ଯୁକ୍ତି ଉପସ୍ଥାପନ କରିଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ଦୀପାବଳିରେ ବାଣ ବିକ୍ରି ଓ ଫୁଟା ଉପରେ ରାଜ୍ୟ ସରକାର ଗତ ସେପ୍ଟେମ୍ବର ୩୦ରେ ରୋକ ଲଗାଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଅଲ୍‌ ଓଡ଼ିଶା ଫାୟାର ୱାର୍କସ ଡିଲର୍ସ ଆସୋସିଏଶନ ପକ୍ଷରୁ ହାଇକୋର୍ଟରେ ପିଟିଶନ ଦାଖଲ କରାଯାଇଥିଲା। ଜନଜୀବନ ସୁରକ୍ଷା ଓ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ଉକ୍ତ ପିଟିଶନକୁ ଖାରଜ କରିଦେଇଥିଲେ। ଏହି ଆସୋସିଏଶନ ଏକ ପଞ୍ଜୀକୃତ ସଂସ୍ଥା ନୁହେଁ ଓ ଏହି ପ୍ରସଙ୍ଗରେ ସାନି ଆବେଦନ କରାଯାଇପାରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପରେ ଆସୋସିଏଶନ ସୋସାଇଟି ଆକ୍ଟରେ ପଞ୍ଜୀକୃତ ହୋଇ ମାମଲା ଦାଏର କରିଥିଲେ। ସେହିପରି ମହେଶ ଷ୍ଟୋର, ପ୍ରମିଳା ଏଣ୍ଟରପ୍ରାଇଜେସ ଓ କେତେଜଣ ବାଣ ବ୍ୟବସାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପରେ ହାଇକୋର୍ଟ ରାଜ୍ୟ ସରକାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri