ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍‌ଆର୍‌ସି

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ସୋମବାର ଏହାର ଚୂଡ଼ାନ୍ତ ଶୁଣାଣି ହେବ। କୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ଏହାକୁ ଛାଡ଼ିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର ଏନେଇ ହାଇକୋର୍ଟରେ ସରକାରଙ୍କ ନିଷ୍ପତ୍ତି ଦାଖଲ କରିବେ। ଏହା ପରେ ହାଇକୋର୍ଟ ରାୟ ପ୍ରକାଶ କରିବେ। କରୋନା ସଂକ୍ରମଣ ଏବେ ବି ଜାରି ରହିଥିବାରୁ ରାଜ୍ୟ ସରକାର ରିସ୍କ ନେବାକୁ ଚାହୁଁନାହାନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ବିକ୍ର ଓ ଫୁଟାଇବା ଉପରେ ସରକାର କଟକଣା ଲଗାଇଛନ୍ତି। ଏହାକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ତେବେ ମିଳିଥିବା ସୂଚନା ମୁତାବକ ରାଜ୍ୟ ସରକାର ନିଜର ପୂର୍ବ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ଏହି ନିଷ୍ପତ୍ତି ବିଷୟରେ ଏସ୍‌ଆରସି କୋର୍ଟଙ୍କୁ ଅବଗତ କରିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ କୋଭିଡ୍‌ ଯୋଗୁ ଗତ ୨ ବର୍ଷ ହେବ ବାଣ ବ୍ୟବସାୟ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାଣ କାରିଗରମାନେ ସେମାନଙ୍କର ଜୀବିକା ହରାଇ ବସିଛନ୍ତି। ରାଜ୍ୟକୁ ତାମିଲନାଡୁରୁ ବହୁ ପରିମାଣର ବାଣ ଓଡ଼ିଶାକୁ ଆସିଥାଏ। ନିକଟରେ ତାମିଲାନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ବାଣ ବିକ୍ରି ଉପରେ ଲଗାଇଥିବା କଟକଣାକୁ ହଟାଇବା ଲାଗି ଅନୁରୋଧ କରିଥିଲେ। ବାଣ ତିଆରି କାର୍ଯ୍ୟରେ ନିୟୋଜିତ ଲୋକ ଏବଂ କରୋନା ମହାମାରୀ ସଂକ୍ରମଣକୁ ଦେଖି ରାଜ୍ୟ ସରକାର କି ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri