ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍‌ଆର୍‌ସି

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ସୋମବାର ଏହାର ଚୂଡ଼ାନ୍ତ ଶୁଣାଣି ହେବ। କୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ଏହାକୁ ଛାଡ଼ିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର ଏନେଇ ହାଇକୋର୍ଟରେ ସରକାରଙ୍କ ନିଷ୍ପତ୍ତି ଦାଖଲ କରିବେ। ଏହା ପରେ ହାଇକୋର୍ଟ ରାୟ ପ୍ରକାଶ କରିବେ। କରୋନା ସଂକ୍ରମଣ ଏବେ ବି ଜାରି ରହିଥିବାରୁ ରାଜ୍ୟ ସରକାର ରିସ୍କ ନେବାକୁ ଚାହୁଁନାହାନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଣ ବିକ୍ର ଓ ଫୁଟାଇବା ଉପରେ ସରକାର କଟକଣା ଲଗାଇଛନ୍ତି। ଏହାକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ତେବେ ମିଳିଥିବା ସୂଚନା ମୁତାବକ ରାଜ୍ୟ ସରକାର ନିଜର ପୂର୍ବ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ଏହି ନିଷ୍ପତ୍ତି ବିଷୟରେ ଏସ୍‌ଆରସି କୋର୍ଟଙ୍କୁ ଅବଗତ କରିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ କୋଭିଡ୍‌ ଯୋଗୁ ଗତ ୨ ବର୍ଷ ହେବ ବାଣ ବ୍ୟବସାୟ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାଣ କାରିଗରମାନେ ସେମାନଙ୍କର ଜୀବିକା ହରାଇ ବସିଛନ୍ତି। ରାଜ୍ୟକୁ ତାମିଲନାଡୁରୁ ବହୁ ପରିମାଣର ବାଣ ଓଡ଼ିଶାକୁ ଆସିଥାଏ। ନିକଟରେ ତାମିଲାନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ବାଣ ବିକ୍ରି ଉପରେ ଲଗାଇଥିବା କଟକଣାକୁ ହଟାଇବା ଲାଗି ଅନୁରୋଧ କରିଥିଲେ। ବାଣ ତିଆରି କାର୍ଯ୍ୟରେ ନିୟୋଜିତ ଲୋକ ଏବଂ କରୋନା ମହାମାରୀ ସଂକ୍ରମଣକୁ ଦେଖି ରାଜ୍ୟ ସରକାର କି ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri