ଏସ୍‌ସିବିକୁ ହେଲା ଟ୍ରାଫିକ୍‌ମୁକ୍ତ ରାସ୍ତା

କଟକ ଅଫିସ,୧୧। ୧୦: ବିଶ୍ୱସ୍ତରୀୟ ହେବ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ଏହି ପରିପ୍ରେକ୍ଷୀରେ ମେଡିିକାଲକୁ ସଂଯୋଗ କରୁଥିବା ରାସ୍ତାକୁ ପ୍ରଶସ୍ତୀକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ନବନିର୍ମିତ ଯୋବ୍ରା-ରାଣୀହାଟ ତାଳଦଣ୍ଡା କେନାଲ ପାର୍ଶ୍ୱ ତିନି ଥାକିଆ ରାସ୍ତାକୁ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ଉତ୍ସବ ହୋଇଥିଲା। ଏହି ଉପଲକ୍ଷେ କଟକ ଯୋବ୍ରାଠାରେ ମଧ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ୧୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ରାସ୍ତା ୭ ମାସରେ ଶେଷ ହୋଇଛି। ନବନିର୍ମିତ ରାସ୍ତାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହି ନୂଆ ରାସ୍ତା ଦ୍ୱାରା କଟକ ବାହାରୁ ଆସୁଥିବା ରୋଗୀମାନେ ବିନା ଟ୍ରାଫିକ ସମସ୍ୟାରେ ବଡ ମେଡିକାଲରେ ପହଞ୍ଚିବା ସହ ତୁରନ୍ତ ଚିକିତ୍ସା ସୁବିଧା ପାଇପାରିବେ। ହଜାର ବର୍ଷର କଟକ ସହରର ମୁଖ୍ୟ ସମସ୍ୟା ହେଉଛି ଗହଳିପୂର୍ଣ୍ଣ ସଂକୀର୍ଣ୍ଣ ରାସ୍ତା, ଯାହା କି ଯାତାୟତରେ ସମସ୍ୟା ସୃଷ୍ଟି କରିଥାଏ। ତେଣୁ ଏହାକୁ ଆଧୁନିକ ରୂପ ଦେବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇ କାର୍ଯ୍ୟ କରୁଛନ୍ତି। ଜନସାଧାରଣଙ୍କ ମତାମତକୁ ଭିତ୍ତିକରି ତାଳଦଣ୍ଡା କେନାଲର ଉଭୟ ପାଶର୍‌ବ ରାସ୍ତାକୁ ଆଗାମୀ ଦିନରେ ଆହୁରି ସମ୍ପ୍ରସାରିତ କରାଯିବ ଏବଂ ଏଥିପାଇଁ ବିସ୍ଥାପିତ ହେଉଥିବା ଲୋକଙ୍କୁ ମାନବିକତା ଦୃଷ୍ଟିକୋଣରୁ ଉପଯୁକ୍ତ ଭାବେ ଥଇଥାନ କରାଯିବ ବୋଲି କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ତା’ର ଉଚ୍ଚକୋଟୀର ସେବା ପାଇଁ କେବଳ ଓଡ଼ିଶା ନୁହେଁ, ଅନ୍ୟ ରାଜ୍ୟରେ ମଧ୍ୟ ପ୍ରସିଦ୍ଧିଲାଭ କରିଛି। ପ୍ରତିଦିନ ରାଜ୍ୟ ବାହାରୁ ଏଠାକୁ ଚିକିତ୍ସା ପାଇଁ ବହୁ ଲୋକ ଆସିଥାନ୍ତି। ତେଣୁ ଏହାକୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ରାଜ୍ୟ ସରକାର ଦୃଢ ସଂକଳ୍ପ ନେଇଛନ୍ତି। ଏ ଦିଗରେ ତାଳଦଣ୍ଡା କେନାଲର ନୂଆ ରାସ୍ତା ହେଉଛି ଶୁଭାରମ୍ଭ। ଏହି ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ସମୟରେ କଟକବାସୀ ଯେପରି ତ୍ୟାଗ ଓ ସହଯୋଗ କରିଛନ୍ତି, ସେଥିପାଇଁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ସେହିପରି କୋଭିଡ୍‌ ସମୟରେ ଦିନରାତି କାମ କରି ଏହି ରାସ୍ତା ପ୍ରକଳ୍ପକୁ ରେକର୍ଡ ସମୟରେ ଶେଷ କରିଥିବାରୁ ପୂର୍ତ୍ତ ବିଭାଗ ଓ କଟକ ଜିଲା ପ୍ରଶାସନକୁ ଧନ୍ୟବାଦ ଦେଇଥିଲେ।
ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଉଦ୍‌ବୋଧନ ଦେଇ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହି ନୂଆ ରାସ୍ତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ନଗର ଉନ୍ନୟନ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ତାଙ୍କ ଭାଷଣରେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟକୁ ସାକାର ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ, ରାଜ୍ୟବାସୀଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ସବୁବେଳେ କାର୍ଯ୍ୟ କରି ଆସିଛନ୍ତି। ଏହି ନୂଆ ରାସ୍ତା ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣର ଜ୍ବଳନ୍ତ ଉଦାହରଣ। କଟକ-ଚୌଦ୍ବାର ବିଧାୟକ ସୌଭିକ ବିଶ୍ବାଳ କଟକର ରୂପାନ୍ତରକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ଉଚ୍ଚ ପ୍ରଶଂସା କରିଥିଲେ। ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ ତାଳଦଣ୍ଡା କେନାଲର ଲାଇନିଂ କାମ ଖୁବ୍‌ ଶୀଘ୍ର ଆରମ୍ଭ କରାଯିବା ସହିତ ଏଥିରେ ବୋଟିଂ ଓ କ୍ରୀଡ଼ା ବ୍ୟବସ୍ଥାର ବିକାଶ କରାଯିବ ବୋଲି ସୂଚନା ଦେଇଥିଲେ। କାର୍ଯ୍ୟକ୍ରମ ସଂଯୋଜନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କଟକବାସୀଙ୍କ ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଥିଲେ। କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଟକ ମହାନଗର ନିଗମର କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ, ପୂର୍ତ୍ତ ସଚିବ, ଆର୍‌ଡିସି ଅନିଲ କୁମାର ସାମଲଙ୍କ ସମେତ ବହୁ ଅଧିକାରୀ, ଜନ ପ୍ରତିନିଧି ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri