ଏସ୍‌ସିବିକୁ ହେଲା ଟ୍ରାଫିକ୍‌ମୁକ୍ତ ରାସ୍ତା

କଟକ ଅଫିସ,୧୧। ୧୦: ବିଶ୍ୱସ୍ତରୀୟ ହେବ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ଏହି ପରିପ୍ରେକ୍ଷୀରେ ମେଡିିକାଲକୁ ସଂଯୋଗ କରୁଥିବା ରାସ୍ତାକୁ ପ୍ରଶସ୍ତୀକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ନବନିର୍ମିତ ଯୋବ୍ରା-ରାଣୀହାଟ ତାଳଦଣ୍ଡା କେନାଲ ପାର୍ଶ୍ୱ ତିନି ଥାକିଆ ରାସ୍ତାକୁ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ଉତ୍ସବ ହୋଇଥିଲା। ଏହି ଉପଲକ୍ଷେ କଟକ ଯୋବ୍ରାଠାରେ ମଧ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ୧୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ରାସ୍ତା ୭ ମାସରେ ଶେଷ ହୋଇଛି। ନବନିର୍ମିତ ରାସ୍ତାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହି ନୂଆ ରାସ୍ତା ଦ୍ୱାରା କଟକ ବାହାରୁ ଆସୁଥିବା ରୋଗୀମାନେ ବିନା ଟ୍ରାଫିକ ସମସ୍ୟାରେ ବଡ ମେଡିକାଲରେ ପହଞ୍ଚିବା ସହ ତୁରନ୍ତ ଚିକିତ୍ସା ସୁବିଧା ପାଇପାରିବେ। ହଜାର ବର୍ଷର କଟକ ସହରର ମୁଖ୍ୟ ସମସ୍ୟା ହେଉଛି ଗହଳିପୂର୍ଣ୍ଣ ସଂକୀର୍ଣ୍ଣ ରାସ୍ତା, ଯାହା କି ଯାତାୟତରେ ସମସ୍ୟା ସୃଷ୍ଟି କରିଥାଏ। ତେଣୁ ଏହାକୁ ଆଧୁନିକ ରୂପ ଦେବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇ କାର୍ଯ୍ୟ କରୁଛନ୍ତି। ଜନସାଧାରଣଙ୍କ ମତାମତକୁ ଭିତ୍ତିକରି ତାଳଦଣ୍ଡା କେନାଲର ଉଭୟ ପାଶର୍‌ବ ରାସ୍ତାକୁ ଆଗାମୀ ଦିନରେ ଆହୁରି ସମ୍ପ୍ରସାରିତ କରାଯିବ ଏବଂ ଏଥିପାଇଁ ବିସ୍ଥାପିତ ହେଉଥିବା ଲୋକଙ୍କୁ ମାନବିକତା ଦୃଷ୍ଟିକୋଣରୁ ଉପଯୁକ୍ତ ଭାବେ ଥଇଥାନ କରାଯିବ ବୋଲି କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ତା’ର ଉଚ୍ଚକୋଟୀର ସେବା ପାଇଁ କେବଳ ଓଡ଼ିଶା ନୁହେଁ, ଅନ୍ୟ ରାଜ୍ୟରେ ମଧ୍ୟ ପ୍ରସିଦ୍ଧିଲାଭ କରିଛି। ପ୍ରତିଦିନ ରାଜ୍ୟ ବାହାରୁ ଏଠାକୁ ଚିକିତ୍ସା ପାଇଁ ବହୁ ଲୋକ ଆସିଥାନ୍ତି। ତେଣୁ ଏହାକୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ରାଜ୍ୟ ସରକାର ଦୃଢ ସଂକଳ୍ପ ନେଇଛନ୍ତି। ଏ ଦିଗରେ ତାଳଦଣ୍ଡା କେନାଲର ନୂଆ ରାସ୍ତା ହେଉଛି ଶୁଭାରମ୍ଭ। ଏହି ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ସମୟରେ କଟକବାସୀ ଯେପରି ତ୍ୟାଗ ଓ ସହଯୋଗ କରିଛନ୍ତି, ସେଥିପାଇଁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ସେହିପରି କୋଭିଡ୍‌ ସମୟରେ ଦିନରାତି କାମ କରି ଏହି ରାସ୍ତା ପ୍ରକଳ୍ପକୁ ରେକର୍ଡ ସମୟରେ ଶେଷ କରିଥିବାରୁ ପୂର୍ତ୍ତ ବିଭାଗ ଓ କଟକ ଜିଲା ପ୍ରଶାସନକୁ ଧନ୍ୟବାଦ ଦେଇଥିଲେ।
ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଉଦ୍‌ବୋଧନ ଦେଇ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହି ନୂଆ ରାସ୍ତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ନଗର ଉନ୍ନୟନ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ତାଙ୍କ ଭାଷଣରେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ବିଶ୍ବସ୍ତରୀୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟକୁ ସାକାର ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ, ରାଜ୍ୟବାସୀଙ୍କ ଆବଶ୍ୟକତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ସବୁବେଳେ କାର୍ଯ୍ୟ କରି ଆସିଛନ୍ତି। ଏହି ନୂଆ ରାସ୍ତା ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣର ଜ୍ବଳନ୍ତ ଉଦାହରଣ। କଟକ-ଚୌଦ୍ବାର ବିଧାୟକ ସୌଭିକ ବିଶ୍ବାଳ କଟକର ରୂପାନ୍ତରକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ଉଚ୍ଚ ପ୍ରଶଂସା କରିଥିଲେ। ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ ତାଳଦଣ୍ଡା କେନାଲର ଲାଇନିଂ କାମ ଖୁବ୍‌ ଶୀଘ୍ର ଆରମ୍ଭ କରାଯିବା ସହିତ ଏଥିରେ ବୋଟିଂ ଓ କ୍ରୀଡ଼ା ବ୍ୟବସ୍ଥାର ବିକାଶ କରାଯିବ ବୋଲି ସୂଚନା ଦେଇଥିଲେ। କାର୍ଯ୍ୟକ୍ରମ ସଂଯୋଜନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କଟକବାସୀଙ୍କ ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଥିଲେ। କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଟକ ମହାନଗର ନିଗମର କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ, ପୂର୍ତ୍ତ ସଚିବ, ଆର୍‌ଡିସି ଅନିଲ କୁମାର ସାମଲଙ୍କ ସମେତ ବହୁ ଅଧିକାରୀ, ଜନ ପ୍ରତିନିଧି ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri