ଆଜିଠାରୁ ସମୂହ ଛୁଟିରେ ଅମଲା

ଢେଙ୍କାନାଳ ଅଫିସ,୧ା୬: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ଆହ୍ବାନରେ ଜିଲାର ସମସ୍ତ କାର୍ଯ୍ୟାଳୟର ଅମଲାମାନେ ଆଜିଠାରୁ ସାମୁହିକ ଛୁଟିରେ ଯାଇଛନ୍ତି। ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତ୍ତକ ଥିବା ବେଳେ ବହୁବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ରାଜ୍ୟ ସରକାର ଅମଲାମାନଙ୍କୁ ମାଟ ହାରରେ ଦରମା ପ୍ରଦାନ କରୁଛନ୍ତି। ଏହାର ପ୍ରତିବାଦର ଜିଲାର ସମସ୍ତ ଅମଲା ଅନିର୍ଦ୍ଦିଷ୍ଟ କାଳ ପାଇଁ ସାମୁହିକ ଛୁଟିିରେ ଯିବା ସହ ଆଜି ଜିଲା କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ଦାବି ପୂରଣ ପାଇଁ ଅମଲାମାନେ ରାଜ୍ୟ ସରକାରଙ୍କୁ ୩୭ ଦିନ ସମୟ ଦେବା ପରେ ମଧ୍ୟ ସରକାର କୌଣସି ପଦକ୍ଷେପ ନେଲେ ନାହିଁ। ପ୍ରଥମେ ଅମଲାମାନେ କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିଥିଲେ। ଏହା ସତ୍ତ୍ୱେ ସରକାର ନ ଶୁଣିବାରୁ ସାମୁହିକ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ସରକାର ତୁରନ୍ତ ଦାବି ପୂରଣ କରିବା ପାଇଁ ମିଳିତ ଅମଲା ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ବୋଲି ମଞ୍ଚର ଅଧ୍ୟକ୍ଷ ବିଭୂତି ଭୂଷଣ ପଟ୍ଟନାୟକ ଓ ଆବାହକ ଅରୁଣ କୁମାର ବଳିୟାରସିଂ ଜଣାଇଛନ୍ତି। ଏହି ଆଦୋଳନ ଯୋଗୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଚୌକି ଟେବୁଲ ଖାଲିପଡ଼ିଛି। ସରକାରୀ କାର୍ଯ୍ୟାଳୟକୁ ବିଭିନ୍ନ କାମ ପାଇଁ ଆସୁଥିବା ଲୋକମାନେ ନିରାଶ ହୋଇ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri