‘ନାଟୁ ନାଟୁ’ ଗୀତରେ ଝୁମିଲେ ତାରକା

ଜାମନଗର,୪।୩:ବିଶିଷ୍ଟ ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ଓ ଜଣାଶୁଣା ବ୍ୟବସାୟୀ ବୀରେନ୍‌ ମର୍ଚ୍ଚାଣ୍ଟଙ୍କ ଝିଅ ରାଧିକା ମର୍ଚ୍ଚାଣ୍ଟଙ୍କ ତିନି ଦିନିଆ ପ୍ରାକ୍‌ ବିବାହ ଉତ୍ସବ ବହୁ ଧୁମ୍‌ଧାମ୍‌ରେ ରବିବାର ସମ୍ପର୍ଣ୍ଣ ହୋଇଛି। ଜାମନଗରରେ ଆୟୋଜିତ ହୋଇଥିବା ଏହି ୩ ଦିନିଆ ଉତ୍ସବରେ ଦେଶ ବିଦେଶର ୨୦୦୦ରୁ ଅଧିକ ସେଲିବ୍ରିଟିଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। ଏହି ପ୍ରାକ ବିବାହ ଉତ୍ସବରେ ମେଟା ସିଇଓ ମାର୍କ ଜୁକରବର୍ଗ, ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲଡ୍‌ ଟ୍ରମ୍ପଙ୍କ ଝିଅ ଇଭାନ୍କା ଟ୍ରମ୍ପ, ଆଲ୍ଫାବେଟ୍‌ ସିଇଓ ସୁନ୍ଦର ପିଚାଇ, ପ୍ରସିଦ୍ଧ ପପ୍‌ ସିଙ୍ଗର ରିହାନା ଓ ଅନ୍ୟ ବହୁ ବିଶିଷ୍ଟ ବିଦେଶୀ ଅତିଥି ଯୋଗ ଦେଇଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୂରା ବଲିଉଡ୍‌ ଏକ ପ୍ରକାର ଜାମନଗରରେ ଡେରା ପକାଇଥିଲା। ବଲିଉଡ୍‌ ଷ୍ଟାର୍‌ ସଲମାନ ଖାନ୍‌, ଶାହରୁଖ୍‌ ଖାନ୍‌, ଆମିର ଖାନ୍‌, ସେଫ୍‌ ଅଲ୍ଲୀ ଖାନ୍‌, କରୀନା କପୁର, କିଆରା ଆଡ଼ଭାନୀ, ଶାହୀଦ୍‌ କପୁର, ଦୀପିକା ପାଦୁକୋନ୍‌, ରଣବୀର ସିଂ, ରଣବୀର କପୁର ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇ ମାହୋଲକୁ ରଙ୍ଗିନ କରିଥିଲେ। ସେହିପରି କ୍ରିକେଟ ଷ୍ଟାର ସଚିନ୍‌ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନୀ, ରୋହିତ ଶର୍ମା ପ୍ରମୁଖ ମଧ୍ୟ ଏହି ୩ ଦିନିଆ ଉତ୍ସବରେ ସାମିଲ ହୋଇଥିଲେ। ଏହି ଅବସରରେ ଉପସ୍ଥିତ ଅତିଥିମାନଙ୍କ ସାମ୍‌ନାରେ ଏକ ସ୍ବତନ୍ତ୍ର ଡ୍ରୋନ ଶୋ’ ପ୍ରଦର୍ଶିତ କରାଯାଇଥିଲା। ସେହିପରି ପପ୍‌ ସିଙ୍ଗର ରିହାନାଙ୍କ ଷ୍ଟେଜ ପରଫର୍‌ମାନ୍ସ ଉପସ୍ଥିତ ସମସ୍ତ ଅତିଥିଙ୍କୁ ମତୁଆଲା କରିଥିଲା। ଏହି ଅବସରରେ ବଲିଉଡର ତିନି ସୁପରଷ୍ଟାର ଶାହରୁଖ, ସଲ୍‌ମାନ୍‌, ଆମିର୍‌ ଖାନ୍‌ଙ୍କ ସହ ତେଲୁଗୁ ଅଭିନେତା ରାମଚରଣ ଏକା ସହ ଷ୍ଟେଜ୍‌ରେ ପ୍ରସିଦ୍ଧ ‘ନାଟୁ ନାଟୁ’ ଗୀତର ତାଳେ ତାଳେ ନାଚିଥିଲେ, ଯାହା ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri