ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ ଦେଇଥିଲେ। ତାଙ୍କୁ ଦେଖିବା ଏବଂ ତାଙ୍କ ଅଭିଭାଷଣ ଶୁଣିବାକୁ କର୍ମୀ ଓ ସାଧାରଣ ଜନତାଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ତେବେ ବିଧାୟକ ରାଉତରାୟ ଦୁର୍ନୀତି ମୁକ୍ତ ଓଡ଼ିଶା ଗଠନ ପାଇଁ ଆହ୍ବାନ ଦେବା ସହିତ ବର୍ତ୍ତମାନର ଜିଲାପାଳଙ୍କ ଜିଲାରେ ୬ ବର୍ଷରୁ ଊର୍ଦ୍ଧ୍ୱ କାର୍ଯ୍ୟକାଳକୁ ନେଇ ତୀବ୍ର ସମାଲୋଚନା କରିଥିଲେ। ଏପରିକି ଜିଲାର ବିକାଶରେ ଜିଲାପାଳ ମୁଖ୍ୟ ପ୍ରତିବନ୍ଧକ ବୋଲି କହିଥିଲେ। ଜିଲା କଂଗ୍ରେସ ସଭାପତି ଆଇନଜୀବୀ ମୋହନ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ବିକ୍ଷୋଭ ସଭାରେ ଆନନ୍ଦପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଯୁବ କଂଗ୍ରେସ ନେତା ମନୋଜ ଜେନା, ରାଜ୍ୟ କଂଗ୍ରେସ ସମ୍ପାଦକ ଆଲୋକ ମିଶ୍ର, ଜିଲା କଂଗ୍ରେସ ସମ୍ପାଦକ ହାଡିବନ୍ଧୁ ଖୁଣ୍ଟିଆ, ବରିଷ୍ଠ କଂଗ୍ରେସ ନେତା ନିକୁଞ୍ଜ ବିହାରୀ ମିଶ୍ର ପ୍ରମୁଖଙ୍କ ସମେତ ବହୁ କଂଗ୍ରେସ କର୍ମୀ ଏକତ୍ରୀତ ହୋଇ କେନ୍ଦ୍ରରେ ୯ ବର୍ଷର ଭାଜପା ସରକାର ଓ ରାଜ୍ୟରେ ୨୪ ବର୍ଷର ବିଜେଡ଼ି ସରକାର ସମୟରେ ଦରଦାମରେ ଅହେତୁକ ବୃଦ୍ଧି, ଅରାଜକତା, ନାରୀ ନିର୍ଯାତନା, ପ୍ରଭାବିତ ଶିକ୍ଷା ଓ ସ୍ବାସ୍ଥ୍ୟ ସେବା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିର ଦୃଢ଼ ପ୍ରତିବାଦ କରିଥିଲେ। ପରେ କଂଗ୍ରେର ଏକ ପ୍ରତିନିଧି ଦଳ ଆନନ୍ଦପୁର ବ୍ଲକ ବିଡିଓଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri