ରାଜ୍ୟ ସରକାର ଚାଷୀଙ୍କ ସଂଖ୍ୟା କମାଇ ଚାଲିଛନ୍ତି: ଧର୍ମେନ୍ଦ୍ର

ଏରସମା,୨୬ା୧୨(ସ୍ବ.ପ୍ର.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଜପା ବଜାରରେ ତାଙ୍କର ଏକ ଆବକ୍ଷ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ସ୍ମୃତି ପରିଷଦ ପକ୍ଷରୁ ଆୟୋଜିତ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ୧୮ ହଜାର କୋଟି ଟଙ୍କା ସିଧାସଳଖ ୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପଠାଇ ଦିଆଯାଇଛି। କୃଷକମାନଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି ପାଇଁ କେନ୍ଦ୍ର ସରକାର ଚେଷ୍ଟିତ। କିନ୍ତୁ ରାଜ୍ୟ ସରକାର ଚାଷୀଙ୍କ ସଂଖ୍ୟା କମାଇ ଚାଲିଛନ୍ତି।

ମହାବାତ୍ୟା ପରେ ଉପକୂଳବାସୀଙ୍କ ଉନ୍ନତି ସମ୍ଭବ ନ ହେବା ନେଇ ସେ ରାଜ୍ୟ ସରକାରଙ୍କୁ ଦାୟୀ କରି କହିଲେ,ଏକଦା ଗୁଜରାଟର କଚ୍ଛ ଅଞ୍ଚଳ ପ୍ରାକୃତିକ ବିପର୍ଯ୍ୟୟରେ ଧ୍ୱଂସ ହୋଇଥିଲା। କିନ୍ତୁ ମୋଦିଙ୍କ ଉଦ୍ୟମରେ ତାହା ଅର୍ଥନୈତିକ ବିକାଶ କ୍ଷେତ୍ରରେ ଅଗ୍ରଗଣ୍ୟ ଭୂମିକା ଗ୍ରହଣ କରିଛି। ପୂର୍ବରୁ ପାରାଦୀପରେ ମାତ୍ର ୬୦ ମିଲିୟନ ଟନ ସାମଗ୍ରୀ ରପ୍ତାନୀ ହେଉଥିଲା ା ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ୧୦୬ ମିଲିୟନ ଟନ୍‌ ସାମଗ୍ରୀ ରପ୍ତାନୀ ହୋଇ ଦେଶର ଅର୍ଥନୈତିକ ସ୍ଥିତି ମଜଭୁତ ହୋଇଛି ବୋଲି ପ୍ରଧାନ କହିଥିଲୋ। ବାଜପେୟୀଙ୍କ ଉପରେ ଏକ ସ୍ମରଣିକା ‘ଅଟଳ ଜ୍ୟୋତି’ ଉନ୍ମୋଚନ କରାଯାଇଥିଲା। ସଭାରେ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ପୂର୍ବତନ ଏମପି ବିଭୁପ୍ରସାଦ ତରାଇ, ଭାଜପା ଜିଲା ସଭାପତି ସତ୍ୟବ୍ରତ ମହାପାତ୍ର, ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ଉପସଭାପତି ନୃସିଂହ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଏରସମା ବଜାରରେ ଯିବା ସମୟରେ କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି କେତେଜଣ ଯୁବକ ‘କେନ୍ଦ୍ରମନ୍ତ୍ରୀ ଗୋ ବ୍ୟାକ୍‌’ ସ୍ଲୋଗାନ ଦେଇଥିଲେ। ଏଥିସହିତ କଳା ପତାକା ପ୍ରଦର୍ଶନ କରିଥିଲେ। ସେମାନଙ୍କ ମଧ୍ୟରୁ ସିପିଆଇ ଜିଲା ସମ୍ପାଦକ ଅଭିଜିତ ସାହୁ, ବିଶ୍ୱଜିତ ସାହୁ ଓ ଦେବାଶିଷ ପରିଜାଙ୍କୁ ପୋଲିସ ଥାନାରେ ଅଟକ ରଖି ସଭା ପରେ ଛାଡ଼ି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri