ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୧୦ । ୧୦: କଟକ ଦଶହରା ମୂର୍ତ୍ତି ଉଚ୍ଚତା ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ଶୁକ୍ରବାର ଶୁଣାଣି ହୋଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ୪ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ ସପକ୍ଷରେ ରାଜ୍ୟ ସରକାର ସତ୍ୟପାଠରେ ଉଲ୍ଲେଖ କରିଥିବା ଜଣାପଡ଼ିଛି। ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ମଧ୍ୟ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଏହି ଦୁଇଟି ସତ୍ୟପାଠକୁ ନେଇ ଆସନ୍ତା ମଙ୍ଗଳବାର ସୁଦ୍ଧା ପ୍ରତିଜବାବ ରଖିବାକୁ ଆବେଦନକାରୀଙ୍କୁ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ ଏବଂ ବିଚାରପତି ବି.ଆର୍‌. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସହରର ୩ଟି ପୂଜା କମିଟି ହାଇକୋର୍ଟରେ ୫ଟି ମାମଲା ରୁଜୁ କରିଥିଲେ। ବାଲୁବଜାର ପୂଜା କମିଟି ପକ୍ଷରୁ କେବଳ ୩ଟି ମାମଲା ରୁଜୁ ହୋଇଥିବାବେଳେ ଫିରିଙ୍ଗିବଜାର ପୂଜା କମିଟି ଓ ଉପର ତେଲେଙ୍ଗାବଜାର ପୂଜା କମିଟି ଗୋଟିଏ ଲେଖାଏ ମାମଲା ରୁଜୁ କରିଥିଲେ।
ସୂଚନାଯୋଗ୍ୟ, ଯେଉଁ ପୂଜା କମିଟି ଯେତିକି ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି, ସେମାନଙ୍କୁ ସେତିକି ଉଚ୍ଚର ମୂର୍ତ୍ତି ପୂଜା କରିବାକୁ ଅନୁମତି ଦେବାକୁୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପୋଲିସ କମିଶନର ୪ ଫୁଟରୁ ଊର୍ଦ୍ଧ୍ୱ ଉଚ୍ଚର ମୂର୍ତ୍ତି ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶାନାମା ଜାରି କରିଥିଲେ। ଫଳରେ ଏହି ବିବାଦ ବଢ଼ିଥିଲା। ଏ ନେଇ ବାଲୁବଜାର ପୂଜା କମିଟି ସଭାପତି ତଥା ଆଇନଜୀବୀ ସୂର୍ଯ୍ୟକାନ୍ତ ସାଙ୍ଗନାରିଆଙ୍କ ପକ୍ଷରୁ ଗୋଟିଏ ରିଟ୍‌ ପିଟିଶନ, ଗୋଟିଏ ଅଦାଲତ ଅବମାନନା ମାମଲା ଓ ଗୋଟିଏ ରିଭ୍ୟୁ ପିଟିଶନ ଦାଖଲ କରାଯାଇଥିଲା। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଗାଇଡ୍‌ଲାଇନକୁ ନେଇ ରାଜ୍ୟ ସରକାର ମହଲତ ମାଗିଥିଲେ। ସାମ୍ପ୍ରତିକ ପରିସ୍ଥିତିରେ କରୋନା ଅଣାୟତ୍ତ ହେଉଥିବାବେଳେ ପୂଜା ପାଇଁ ଗାଇଡ୍‌ଲାଇନ କ’ଣ କରାଯାଇପାରିବ ସେ ନେଇ ପୁଣି ଥରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟଙ୍କୁ ସମୟ ମଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri