୩୦ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ବରିଷ୍ଠ ଆଇଏଏସ ଅଫିସରମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ବିଭିନ୍ନ ସରକାରୀ ଯୋଜନା, ପ୍ରକଳ୍ପର ତଦାରଖ, ସାଧାରଣ ଲୋକଙ୍କୁ ଜନସେବା ପ୍ରଦାନ ସହ ସ୍ଥାନୀୟ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଅଫିସରମାନଙ୍କୁ ଦାୟିତ୍ୱ ଦିଆଯାଇଛି। ୩୦ଟି ଜିଲା ପାଇଁ ୩୦ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି। ଅଫିସରମାନେ ନିୟମିତ ଭାବେ ଆବଣ୍ଟିତ ଜିଲା ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିବା ସହ ସ୍ଥାନୀୟ ପ୍ରଶାସନିକ ସମସ୍ୟାର ସମାଧାନ ଖୋଜିବେ । ଏପରିକି ସେମାନେ ଜିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ ମୁଖ୍ୟ ସଚିବଙ୍କ ଅଫିସକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ବୃନ୍ଦା ଡିଙ୍କୁ ଅନୁଗୁଳ ଜିଲା ଆବଣ୍ଟିତ ହୋଇଥିବାବେଳେ ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ବଲାଙ୍ଗିର, ଶ୍ରମ ଆୟୁକ୍ତ ଏନ ଥିରୁମାଳା ନାଏକଙ୍କୁ ବାଲେଶ୍ୱର, ଜଳସମ୍ପଦ ବିଭାଗର ସୱତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକଙ୍କୁ ବରଗ ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କୁ ଭଦ୍ରକ, ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୌଦ୍ଧ, ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ କଟକ, ଉତ୍ତରାଞ୍ଚଳ ଆରଡିସି ସୁରେଶ ଚନ୍ଦ୍ର ଦଳେଇଙ୍କୁ ଦେବଗ ଇଆଣ୍ଡଆଇଟି ସଚିବ ମନୋଜ କୁମାର ମିଶ୍ରଙ୍କୁ ଢେଙ୍କାନାଳ, ଶ୍ରମ ଓ ନିଯୁକ୍ତି ସଚିବ ଚିତ୍ରା ଅରୁମଗମଙ୍କୁ ଗଜପତି, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍‌ ଅଶ୍ୱସ୍ଥିଙ୍କୁ ଗଞ୍ଜାମ, ବିଜ୍ଞାନ ଓ କାରିଗରି କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଯାଜପୁର ଜିଲା ଆବଣ୍ଟିତ ହୋଇଛି । ସେହିପରି ରାଜସ୍ବ ସଚିବ ସତ୍ୟବ୍ରତ ସାହୁଙ୍କୁ କଳାହାଣ୍ଡି, ଜଳସମ୍ପଦ ସଚିବ ଅନୁ ଗର୍ଗଙ୍କୁ ପୁରୀ, ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ରାୟଗଡ଼ା ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବଙ୍କୁ ସମ୍ବଲପୁର, ଇପିକଲ ଏମଡି ଭୂପେନ୍ଦ୍ର ସିଂ ପୁନିଆଙ୍କୁ ସୋନପୁର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଝାରସୁଗୁଡ଼ା ହସ୍ତତନ୍ତ ଓ ବୟନଶିଳ୍ପ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଜଗତସିଂହପୁର, ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲବନ୍ତ ସିଂହଙ୍କୁ ସୁନ୍ଦରଗଡ଼ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍‌ ଯାଦବଙ୍କୁ ନୂଆପଡ଼ା ପାନୀୟ ଜଳ ଓ ପରିଚ୍ଛନ୍ନତା ନିର୍ଦ୍ଦେଶକ ବି ପରମେଶ୍ୱରଙ୍କୁ ନୟାଗଡ଼, ମହିଳା ଓ ଶିଶୁବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ନବରଙ୍ଗପୁର, ଅର୍ଥ ସଚିବ ବିଶାଳ କୁମାର ଦେବଙ୍କୁ ମୟୂରଭଞ୍ଜ, ସମବାୟ ସଚିବ ସଞ୍ଜିବ କୁମାର ଚାଙ୍କୁ ମାଲକାନଗିରି, ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ କୋରାପୁଟ, ମହିଳା ଓ ଶିଶୁବିକାଶ ସଚିବ ଶୁଭା ଶର୍ମାଙ୍କୁ ଖୋର୍ଦ୍ଧା, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କେନ୍ଦ୍ରାପଡ଼ା ଇସ୍ପାତ ଓ ଖଣି ସଚିବ ଦେଓରଞ୍ଜନ ସିଂହଙ୍କୁ କେନ୍ଦୁଝର ଓ କୃଷି ସଚିବ ଅରବିନ୍ଦ କୁମାର ପାଢ଼ୀଙ୍କୁ କନ୍ଧମାଳ ଜିଲା ଆବଣ୍ଟନ କରାଯାଇଥିବା ନେଇ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri