୩୦ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ବରିଷ୍ଠ ଆଇଏଏସ ଅଫିସରମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ବିଭିନ୍ନ ସରକାରୀ ଯୋଜନା, ପ୍ରକଳ୍ପର ତଦାରଖ, ସାଧାରଣ ଲୋକଙ୍କୁ ଜନସେବା ପ୍ରଦାନ ସହ ସ୍ଥାନୀୟ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଅଫିସରମାନଙ୍କୁ ଦାୟିତ୍ୱ ଦିଆଯାଇଛି। ୩୦ଟି ଜିଲା ପାଇଁ ୩୦ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି। ଅଫିସରମାନେ ନିୟମିତ ଭାବେ ଆବଣ୍ଟିତ ଜିଲା ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିବା ସହ ସ୍ଥାନୀୟ ପ୍ରଶାସନିକ ସମସ୍ୟାର ସମାଧାନ ଖୋଜିବେ । ଏପରିକି ସେମାନେ ଜିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ ମୁଖ୍ୟ ସଚିବଙ୍କ ଅଫିସକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ବୃନ୍ଦା ଡିଙ୍କୁ ଅନୁଗୁଳ ଜିଲା ଆବଣ୍ଟିତ ହୋଇଥିବାବେଳେ ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ବଲାଙ୍ଗିର, ଶ୍ରମ ଆୟୁକ୍ତ ଏନ ଥିରୁମାଳା ନାଏକଙ୍କୁ ବାଲେଶ୍ୱର, ଜଳସମ୍ପଦ ବିଭାଗର ସୱତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକଙ୍କୁ ବରଗ ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କୁ ଭଦ୍ରକ, ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୌଦ୍ଧ, ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ କଟକ, ଉତ୍ତରାଞ୍ଚଳ ଆରଡିସି ସୁରେଶ ଚନ୍ଦ୍ର ଦଳେଇଙ୍କୁ ଦେବଗ ଇଆଣ୍ଡଆଇଟି ସଚିବ ମନୋଜ କୁମାର ମିଶ୍ରଙ୍କୁ ଢେଙ୍କାନାଳ, ଶ୍ରମ ଓ ନିଯୁକ୍ତି ସଚିବ ଚିତ୍ରା ଅରୁମଗମଙ୍କୁ ଗଜପତି, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍‌ ଅଶ୍ୱସ୍ଥିଙ୍କୁ ଗଞ୍ଜାମ, ବିଜ୍ଞାନ ଓ କାରିଗରି କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଯାଜପୁର ଜିଲା ଆବଣ୍ଟିତ ହୋଇଛି । ସେହିପରି ରାଜସ୍ବ ସଚିବ ସତ୍ୟବ୍ରତ ସାହୁଙ୍କୁ କଳାହାଣ୍ଡି, ଜଳସମ୍ପଦ ସଚିବ ଅନୁ ଗର୍ଗଙ୍କୁ ପୁରୀ, ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ରାୟଗଡ଼ା ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବଙ୍କୁ ସମ୍ବଲପୁର, ଇପିକଲ ଏମଡି ଭୂପେନ୍ଦ୍ର ସିଂ ପୁନିଆଙ୍କୁ ସୋନପୁର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଝାରସୁଗୁଡ଼ା ହସ୍ତତନ୍ତ ଓ ବୟନଶିଳ୍ପ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଜଗତସିଂହପୁର, ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲବନ୍ତ ସିଂହଙ୍କୁ ସୁନ୍ଦରଗଡ଼ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର୍‌ ଯାଦବଙ୍କୁ ନୂଆପଡ଼ା ପାନୀୟ ଜଳ ଓ ପରିଚ୍ଛନ୍ନତା ନିର୍ଦ୍ଦେଶକ ବି ପରମେଶ୍ୱରଙ୍କୁ ନୟାଗଡ଼, ମହିଳା ଓ ଶିଶୁବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ନବରଙ୍ଗପୁର, ଅର୍ଥ ସଚିବ ବିଶାଳ କୁମାର ଦେବଙ୍କୁ ମୟୂରଭଞ୍ଜ, ସମବାୟ ସଚିବ ସଞ୍ଜିବ କୁମାର ଚାଙ୍କୁ ମାଲକାନଗିରି, ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ କୋରାପୁଟ, ମହିଳା ଓ ଶିଶୁବିକାଶ ସଚିବ ଶୁଭା ଶର୍ମାଙ୍କୁ ଖୋର୍ଦ୍ଧା, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କେନ୍ଦ୍ରାପଡ଼ା ଇସ୍ପାତ ଓ ଖଣି ସଚିବ ଦେଓରଞ୍ଜନ ସିଂହଙ୍କୁ କେନ୍ଦୁଝର ଓ କୃଷି ସଚିବ ଅରବିନ୍ଦ କୁମାର ପାଢ଼ୀଙ୍କୁ କନ୍ଧମାଳ ଜିଲା ଆବଣ୍ଟନ କରାଯାଇଥିବା ନେଇ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri