ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୧୧ା୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍‌ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ ଖଣ୍ଡପୀଠ ପୂର୍ବରୁ ନୋଟିସ ଜାରି କରିଥିଲେ। ସୁବର୍ଣ୍ଣପୁର ଓ ଖୋର୍ଦ୍ଧା ଜିଲା ସମେତ ରାଜ୍ୟର ୨୩ଟି ଜିଲାରେ ଏସ୍‌ଟିଙ୍କ ପାଇଁ ସଂରକ୍ଷଣ ନ ଥିବା ପ୍ରସଙ୍ଗରେ ସରକାର ସତ୍ୟପାଠ ଜରିଆରେ ଜବାବ ରଖିଛନ୍ତି। ପରବର୍ତ୍ତୀ ଶୁଣାଣି ସୁଦ୍ଧା ଆବେଦନକାରୀ ପ୍ରତିଜବାବ ଦାଖଲ କରିବା ପାଇଁ ବିଚାରପତି ବିଶ୍ୱନାଥ ରଥ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୭ତାରିଖକୁ ଅଦାଲତ ଧାର୍ଯ୍ୟ କରିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ଖୋର୍ଦ୍ଧା ଜିଲାରେ ୧୯୦ଟି ଏବଂ ସୁବର୍ଣ୍ଣପୁର ଜିଲାରେ ୧୦୯ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ପ୍ରକାଶିତ ସଂରକ୍ଷଣ ତାଲିକାରେ ସରପଞ୍ଚ ପଦବୀରେ ଏସ୍‌ଟି ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ନାହିଁ। ଏପରି କି ଉକ୍ତ ଜିଲା ସମେତ ରାଜ୍ୟର ୨୩ ଜିଲାରେ ଆଦିବାସୀଙ୍କ ନିମନ୍ତେ ସରପଞ୍ଚ ପଦବୀ ପାଇଁ କୌଣସି ସଂରକ୍ଷଣ ନ ଥିବା ନେଇ ଆବେଦନରେ ଦର୍ଶାଯାଇଥିଲା। ଯାହାଦ୍ୱାରା ସେମାନଙ୍କର ସାମ୍ବିଧାନିକ ଅଧିକାର କ୍ଷୁଣ୍ଣ ହେଉଛି। ଉକ୍ତ ତ୍ରୁଟିପୂର୍ଣ୍ଣ ସଂରକ୍ଷଣ ତାଲିକାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ସୁବର୍ଣ୍ଣପୁର ଜିଲାର ବଳଭଦ୍ର କୁଅଁର ଓ ଖୋର୍ଦ୍ଧା ଜିଲାର ଟୁକୁ ମାଝିଙ୍କ ସମେତ ଅନ୍ୟ ୫ଜଣ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri