ଗାଁ ଗାଁରେ ପୁଷ୍ଟିସାର ଖାଦ୍ୟ ଖାଇବା ଲାଗି ସଚେତନତା, ତାଲିମ ପାଉଛନ୍ତି ଅଙ୍ଗନଓ୍ବାଡି-ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ): ରାଜ୍ୟରେ ଅପପୁଷ୍ଟି ରୋକିବା ସହ ସାଧାରଣ ଲୋକ କିଭଳି ସୁସ୍ଥ ଜୀବନଯାପନ କରିପାରିବେ ସେନେଇ ରାଜ୍ୟସରକାର ପ୍ରୟାସ ଜୋରଦାର କରିଛନ୍ତି। ସମସ୍ତେ ସୁସ୍ଥ ରହିଲେ ଲୋକଙ୍କ ଆର୍ଥିକ ପରିସ୍ଥିତିରେ ମଧ୍ୟ ସୁଧାର ଆସିବ। ଏଥିପାଇଁ ସମସ୍ତେ ଗାଁ ଗାଁ ରେ କିଭଳି କ୍ଷୁଦ୍ରଦାନା ଶସ୍ୟ ଯଥା ମାଣ୍ଡିଆ, କାଙ୍ଗୁ, କୁଏରୀ ଆଦି ଶସ୍ୟରେ ଖାଦ୍ୟ ପ୍ରସ୍ତୁତିକରି ଖାଇଲେ ଲୋକ ରକ୍ତଚାପ, ମଧୂମେହ ଭଳି ରୋଗରୁ ମୁକ୍ତ ହୋଇପାରିବେ ଏଥିପାଇଁ ୨ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦାରିଙ୍ଗବାଡି ବ୍ଲକରେ କାର୍ଯ୍ୟରତ ଅଙ୍ଗନାୱାଡି କର୍ମୀ ଏବଂ ୱାର୍ଡ ସଭ୍ୟାସଭ୍ୟମାନଙ୍କୁ ତାଲିମ ପ୍ରଦାନ କରାଯାଉଛ। ତାଲିମଦାତା ଭାବେ ପାହାଡି ପ୍ରଡ୍ୟୁସର ଗ୍ରୁପର ଅଧ୍ୟକ୍ଷ ଶରତ ଚନ୍ଦ୍ର ପ୍ରଧାନ, ଆଞ୍ଚଳିକ ରିସର୍ସ ପର୍ସନ ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର ପ୍ରମୁଖ ଏହି ତାଲିମ ପ୍ରଦାନ କରିଥିଲେ। ସେହିପରି ଏହାକୁ ଲୋକାଭିମୁଖୀ କରିବା ପାଇଁ ଶ୍ରୀଅର୍ଣ୍ଣ ଅଭିଯାନ ପକ୍ଷରୁ କ୍ଷୁଦ୍ରଦାନା ଶସ୍ୟରୁ ପ୍ରସ୍ତୁତ କରାଯାଇଥିବା କାଙ୍ଗୁ ଖିରି, ମାଣ୍ଡିଆ ସୁପ, ଲଡ଼ୁ, ପିଆଜି, କାକେରା, ଗୁଲୁଗୁଲା, ପକୋଡ଼ା ଆଦି କରାଯାଇ ଲୋକଙ୍କୁ ଖାଇବାକୁ ଦିଆଯିବା ସହ ନିୟମିତ ଖାଇବାକୁ ପରାମର୍ଶ ଦିଆଯାଇଥିଲା । ଏହି କ୍ଷୁଦ୍ରଦାନାରେ ଖାଦ୍ୟ ପ୍ରସ୍ତୁତୀ ମେଳାକୁ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ଓ ଅନ୍ୟ ଉପସ୍ଥିତ ଅତିଥିମାନେ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମକୁ ସଦାନନ୍ଦ ସିଂ ଙ୍କ ସମେତ ଶ୍ରୀଅର୍ଣ୍ଣ ଅଭିଯାନର ପ୍ରକଳ୍ପ ସଂଯୋଜକ ଦେବାନନ୍ଦ ଦାସ,ସହ ସଂଯୋଜକ ବିମଳ ନାୟକ, ଆଞ୍ଚଳିକ ସଂଯୋଜକ ପ୍ରଫୁଲ ମହାପାତ୍ର,ଜିଳେଶ୍ୱର ପ୍ରଧାନ,ଅଶୋକ ବେହେରା,ପ୍ରେମାନନ୍ଦ ସିଂ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri