ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ ରହିଥିବା ମୁଦ୍ରଣଗତତ ତ୍ରୁଟି ଗୁଡ଼ିକର ସଂଶୋଧନ ପାଇଁ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ ଗୁରୁବାର ରାଜ୍ୟ ସରକାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ମୁଦ୍ରଣଗତ ତ୍ରୁଟିକୁ ସଂଶୋଧନ କରି ସଠିକ୍‌ ତଥ୍ୟ ପିଲାଙ୍କୁ ଯୋଗାଇବା ପାଇଁ ରାଜ୍ୟର ସମସ୍ତ ଶିକ୍ଷକ, ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ରହିଛି । ଏହି ବିଷୟକୁ ଗୁରୁତର ସହିତ ନେଇ ତତକ୍ଷଣାତ୍‌ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ଏସସିଇଆରଟି ଅତିରିକ୍ତ ନିର୍ଦ୍ଦେଶକଙ୍କ ଜରିଆରେ ଉଭୟ ବରଗଡ଼ ଏବଂ ସମ୍ବଲପୁର ଜିଲାପାଳଙ୍କ ସମେତ ଉତ୍କଳ ବିଶ୍ୱ ବିଦ୍ୟାଳୟର ଇତିହାସ ବିଭାଗୀୟ ମୁଖ୍ୟ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନୂତନଭାବେ ପ୍ରକାଶିତ ସପ୍ତମ ଶ୍ରେଣୀର ପୁସ୍ତକ ସାହିତ୍ୟ ସୁମନର ଷଷ୍ଠ ଅଧ୍ୟାୟର ମହାନ ବିପ୍ଲବୀ ମାଧୋ ସିଂ ପାଠରେ ଅନେକ ତ୍ରୁଟି ରହିଛି। ସେହି ପାଠରେ ସଠିକ୍‌ ତଥ୍ୟ ବଦଳରେ ମାଧୋ ସିଂଙ୍କ ଜନ୍ମସ୍ଥାନକୁ ବରଗଡ଼ ଜିଲା ଅନ୍ତର୍ଗତ ପଦ୍ମପୁର ଓ ପାଇକମାଳ ନିକଟରେ ଅବସ୍ଥିତ, ଘେଁସଠାରେ ଥିବା ବୁଢ଼ା ରାଜଗୁଡି, ସମ୍ବଲପୁର ବରହମ ମନ୍ଦିର, ମାଟିଆ ବନ୍ଧ ଘାଟି, ୧୮୫୮ ମସିହା ଡିସେମ୍ବର ମାସ ୨୨ ତାରିଖରେ ସମ୍ବଲପୁର କାରାଗାରରେ ଫାଶୀ ଦିଆଯାଇଥିଲା ଭଳି ଅନେକ ଭୁଲ ତଥ୍ୟ ରହିଛି। ଧରିତ୍ରୀ ସମେତ ବିଭିନ୍ନ ଗଣମାଧ୍ୟମରେ ଏହା ଲୋକଲୋଚନକୁ ଆସିବା ପରେ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଶହିଦ କୁଞ୍ଜଳ ସିଂ କ୍ଳବ, ଘେଁସ ଏ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିବାବେଳେ ଜିଲା ବିଜେଡି ମଧ୍ୟ ତ୍ୱରିତ ସଂଶୋଧନ ପାଇଁ ଦାବି କରିଥିଲା। ସେହିପରି ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ମଧ୍ୟ ସେ ନେଇ ଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?