୩ ଟଙ୍କା ଭାଟ୍‌ କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ଉପରୁ ୩ ଟଙ୍କା ଲେଖାଏ ଭାଟ୍‌ ହ୍ରାସ ପାଇଁ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଘୋଷଣା କରିଥିବା ଏକ୍ସାଇଜ୍‌ ଟିକସ ହ୍ରାସ ଉପରେ ଏହା ଲାଗୁ ହୋଇଛି। ଶୁକ୍ରବାର ମଧ୍ୟରାତ୍ରରୁ ଏହା ଲାଗୁ ହୋଇଛି।
କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍‌ ଟିକସ ଲିଟର ପିଛା ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ କରିଛନ୍ତି। ଏଥିସହିତ ପେଟ୍ରୋଲ ଏବଂ ଡିଜେଲ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟଗୁଡ଼ିକୁ ଅନୁରୋଧ କରାଯାଇଛି। ତଦନୁଯାୟୀ ଓଡ଼ିଶା ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତୈଳ ଦର ହ୍ରାସ ଯୋଗୁ ରାଜ୍ୟ ବାର୍ଷିକ ୧୪୦୦ କୋଟି ଟଙ୍କାର ଭାଟ୍‌ ରାଜସ୍ବ କ୍ଷତି ସହିବ ବୋଲି ଆକଳନ କରାଯାଇଛି। ଏଥିସହିତ କେନ୍ଦ୍ର ସରକାରଙ୍କ ଦ୍ୱାରା ଏକ୍ସାଇଜ୍‌ ଟିକସ ହ୍ରାସକୁ ଦୃଷ୍ଟିରେ ରଖି ରାଜ୍ୟର ଭାଟ୍‌ ସଂଗ୍ରହରେ ପେଟ୍ରୋଲ ଉପରେ ଲିଟର ପିଛା ଅତିରିକ୍ତ ୧.୬ ଟଙ୍କା ଏବଂ ଡିଜେଲ ଉପରେ ଲିଟର ପିଛା ଅତିରିକ୍ତ ୨.୮ ଟଙ୍କାକୁ ମିଶାଇ ମୋଟ ୭୦୦ କୋଟି ଟଙ୍କା କ୍ଷତି ହେବାର ସମ୍ଭାବନା ରହିଛି। ଭାଟ୍‌ ହ୍ରାସ ହେତୁ ରାଜ୍ୟ ରାଜକୋଷ ପାଇଁ ମୋଟ କ୍ଷତି ୨୦୦୦ରୁ ଊର୍ଦ୍ଧ୍ୱ କୋଟି ଟଙ୍କା ହେବ। ଏହି ହ୍ରାସ ସହିତ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଦେଶରେ ସର୍ବନିମ୍ନତମ ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri