୩ ଟଙ୍କା ଭାଟ୍‌ କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ଉପରୁ ୩ ଟଙ୍କା ଲେଖାଏ ଭାଟ୍‌ ହ୍ରାସ ପାଇଁ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଘୋଷଣା କରିଥିବା ଏକ୍ସାଇଜ୍‌ ଟିକସ ହ୍ରାସ ଉପରେ ଏହା ଲାଗୁ ହୋଇଛି। ଶୁକ୍ରବାର ମଧ୍ୟରାତ୍ରରୁ ଏହା ଲାଗୁ ହୋଇଛି।
କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍‌ ଟିକସ ଲିଟର ପିଛା ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ କରିଛନ୍ତି। ଏଥିସହିତ ପେଟ୍ରୋଲ ଏବଂ ଡିଜେଲ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟଗୁଡ଼ିକୁ ଅନୁରୋଧ କରାଯାଇଛି। ତଦନୁଯାୟୀ ଓଡ଼ିଶା ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତୈଳ ଦର ହ୍ରାସ ଯୋଗୁ ରାଜ୍ୟ ବାର୍ଷିକ ୧୪୦୦ କୋଟି ଟଙ୍କାର ଭାଟ୍‌ ରାଜସ୍ବ କ୍ଷତି ସହିବ ବୋଲି ଆକଳନ କରାଯାଇଛି। ଏଥିସହିତ କେନ୍ଦ୍ର ସରକାରଙ୍କ ଦ୍ୱାରା ଏକ୍ସାଇଜ୍‌ ଟିକସ ହ୍ରାସକୁ ଦୃଷ୍ଟିରେ ରଖି ରାଜ୍ୟର ଭାଟ୍‌ ସଂଗ୍ରହରେ ପେଟ୍ରୋଲ ଉପରେ ଲିଟର ପିଛା ଅତିରିକ୍ତ ୧.୬ ଟଙ୍କା ଏବଂ ଡିଜେଲ ଉପରେ ଲିଟର ପିଛା ଅତିରିକ୍ତ ୨.୮ ଟଙ୍କାକୁ ମିଶାଇ ମୋଟ ୭୦୦ କୋଟି ଟଙ୍କା କ୍ଷତି ହେବାର ସମ୍ଭାବନା ରହିଛି। ଭାଟ୍‌ ହ୍ରାସ ହେତୁ ରାଜ୍ୟ ରାଜକୋଷ ପାଇଁ ମୋଟ କ୍ଷତି ୨୦୦୦ରୁ ଊର୍ଦ୍ଧ୍ୱ କୋଟି ଟଙ୍କା ହେବ। ଏହି ହ୍ରାସ ସହିତ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଦେଶରେ ସର୍ବନିମ୍ନତମ ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri