ଲାଞ୍ଚ ନେଇ ଧରାପଡିଥିଲେ OAS ଟପ୍ପର ଅଶ୍ୱିନୀ ପଣ୍ଡା, ଏବେ ସସ୍‌ପେଣ୍ଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୬।୯: ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ରାଜ୍ୟ ସରକାର ସସ୍‌ପେଣ୍ଡ କରିଛନ୍ତି । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ଟିମ। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଗତ ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଥିଲେ। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ବେଳେ ଏବେ ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ସସପେଣ୍ଡ କରାଯାଇଛି।

ଭିଜିଲାନ୍ସର ସୂଚନା ଅନୁଯାୟୀ, ଅଭିଯୋଗକାରୀ ବାମରାର ଭିକି ନାୟକ ତାଙ୍କର ଏକ ଚାଷଜମିକୁ ଘରବାଡି କିସମରେ ପରିବର୍ତ୍ତନ ପାଇଁ ମାସେ ତଳେ ଆବେଦନ କରିଥିଲେ। ହେଲେ ଜମିର କିସମ ପରିବର୍ତ୍ତନ କରି ରେକର୍ଡ ଅଫ ରାଇଟ୍ସ (ଆର୍‌ଓଆର୍‌) ଦେବା ପାଇଁ ତହସିଲ୍ଦାର ଅଶ୍ୱିନୀ ୨୦ ହଜାର ଟଙ୍କା ଦାବି କରିଥିଲେ। ଏତେ ଟଙ୍କା ଦେବାକୁ ଭିକି ଅକ୍ଷମତା ପ୍ରକାଶ କରିବାରୁ ଅଶ୍ୱିନୀ ଲାଞ୍ଚ ଟଙ୍କାକୁ କମାଇ ୧୫ ହଜାର କରିଦେଇଥିଲେ। ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ରୋକଠୋକ କହିଦେଇଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଭିକି ଭିଜିଲାନ୍ସ ନିକଟରେ ଗୁରୁବାର ଅଭିଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ଅଶ୍ୱିନୀଙ୍କୁ ଧରିବାକୁ ଜାଲ ବିଛାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri