ଜୀବିତଙ୍କୁ ମୃତ ଦର୍ଶାଇ ପ୍ରତିପକ୍ଷଙ୍କୁ ଜମି ପଟା ପ୍ରଦାନ କରିବା ତହସିଲଦାରଙ୍କୁ ପଡିଲା ମହଙ୍ଗା, ଚାକିରିରୁ ନିଲମ୍ବନ କଲେ ରାଜ୍ୟ ସରକାର

ସମ୍ବଲପୁର,୧୬।୯(ପ୍ରମୋଦ ବହିଦାର): ସମ୍ବଲପୁର କୁଚିଣ୍ଡା ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜମିଜମା ମାମଲାରେ ପକ୍ଷପାତିତା କରିଥିବା ଅଭିଯୋଗରେ ରାଜସ୍ବ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି। ଏଭଳି ପକ୍ଷପାତିତାରେ ଶିକାର ହୋଇଥିବା ରାଜେଶ ଅଗ୍ରୱାଲ ନାମକ ଜଣେ ସ୍ଥାନୀୟ ବାସିନ୍ଦା ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ରାଜସ୍ବ ମନ୍ତ୍ରୀ ଓ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନିକଟରେ ଗୁହାରି କରିଥିଲେ। ସୂଚନଯୋଗ୍ୟ, କୁଚିଣ୍ଡା ମନ୍ଦିର ଛକର ବିଶିଷ୍ଟ ବ୍ୟବସାୟୀ ଜଗଦୀଶ ଲାଲ ସେଠଙ୍କ ପରଲୋକ ପରେ ତାଙ୍କ ନାମରେ ଥିବା ପ୍ରାୟ ୧୦ ଏକର ଜମି ଭାଗବଣ୍ଟା ଆବେଦନ ବିଚାରାଧିନ ରହିଥିଲା। ଉକ୍ତ ଜମିର ୨୭ ଜଣ ଦାବିଦାର ଥିବା ବେଳେ ତହସିଲଦାର ଦଳେଇ ଚଞ୍ଚକତା କରି ସେଥିରୁ ୨୯ ଡେସିମିଲ ଜମିକୁ ଆରଆଇଙ୍କ ୨୦୨୪ ନଭେମ୍ବର ୧୯ରେ ତଦନ୍ତ ରିପୋର୍ଟ ନମ୍ବର ୬୬୦ ଆଧାରରେ ମାତ୍ର ୪ଜଣ ଦାବିଦାର ଜୀବିତ ଥିବା ଦର୍ଶାଯାଇ ପଟ୍ଟା ପ୍ରଦାନ କରିଥିଲେ। ଏପରିକି ରାଜେଶଙ୍କ ପରିବାରର କେହି ଜୀବିତ ନଥିବା ସମ୍ପୃକ୍ତ ଆରଆଇ ରିପୋର୍ଟ ଦେଇଥିବା ଦର୍ଶାଇ ତହସିଲଦାର ଦଳେଇ ପକ୍ଷପାତିତା ପୂର୍ବକ ରାଜେଶଙ୍କ ୪ଜଣ ପ୍ରତିପକ୍ଷଙ୍କ ନାମରେ ପଟା ପ୍ରଦାନ କରିଥିଲେ। ଏହାର ବିରୋଧ କରି ରାଜେଶ ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ ଓ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନିକଟରେ ଅଭିଯୋଗ କରିବାରୁ ସୋମବାର କୁଚିଣ୍ଡା ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ଚାକିରୀରୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri