ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍‌ପିମାନଙ୍କୁ ଆଲର୍ଟ କରାଯାଇଛି ।
ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ କିପରି ସମସ୍ୟା ଦୂର କରିହେବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସେମାନେ ଦାବି କରିଥିବା ବିଷୟ ଉପରେ ଆଲୋକପାତ କରି କିପରି ଜିଲାରେ ତାଙ୍କ ସମାଧାନ କରିହେବ ସେଥିପ୍ରତି ଧ୍ୟାନ ଦେବାକୁ ଏସ୍‌ପିଙ୍କୁ କହିଛନ୍ତି । ଯେପରି ଏଥର ବିଧାନସଭା ସମ୍ମୁଖରେ ଆତ୍ମାହୂତି ପ୍ରସଙ୍ଗ ନ ଆସେ ସେଥିପ୍ରତି ସଜାଗ ରହିବାକୁ କହିଛନ୍ତି ।

ଏଥିସହ ବିଧାନସଭା ଚାଲୁଥିବା ସମୟରେ ସୁରକ୍ଷା ଦୃଷ୍ଟିରୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ବନ୍ଧୁକଧାରୀ ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍‌ସ ବ୍ୟବସ୍ଥା ମଧ୍ୟ ହୋଇଛି । ବିଧାନସଭା ଚାରିପାଖରେ ଟ୍ରାଫିକ୍‌ କଟକଣା ଲାଗୁ ହେବା ସହ ଜନସାଧାରଣଙ୍କ ଯିବା ଆସିବା ଉପରେ ରୋକ ଲଗାଯାଇଛି । କେବଳ ସରକାରୀ ଚାକିରିଆ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯିବାକୁ ଅନୁମତି ମିଳିଛି। ଏଥିପାଇଁ କମିଶନ୍‌ରେଟ ପୋଲିସଙ୍କ ଅଫିସଠୁ ଆରମ୍ଭ କରି ଏଜି ଛକ ପାଖ ଓ କେଶରୀ ଟକିଜ୍‌ଠୁ ଆରମ୍ଭ କରି ଆଇଜି ପାର୍କ ନିକଟକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri