ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ୍‌ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ୍‌ ଯୋଜନାରେ ଉପକୃତ ହେଉଛନ୍ତି।
ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ୍‌ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ ।
ଏହି ନୂତନ ପେନ୍‌ସନ୍‌ ୨୦୨୪ ଫେବୃଆରୀ ମାସରୁ ପିଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri